୨୦୨୪-୨୫ ଶିକ୍ଷାବର୍ଷ ପାଇଁ ଆଜିଠୁ ଯୁକ୍ତତିନି ନାମଲେଖା ପାଇଁ ଆବେଦନ ଆରମ୍ଭ
1 min readଭୁବନେଶ୍ୱର : ଆଜିଠୁ ଯୁକ୍ତତିନି ନାମଲେଖା ପାଇଁ ହେବ ଆବେଦନ । ୨୦୨୪-୨୫ ଶିକ୍ଷାବର୍ଷ ପାଇଁ ଯୁକ୍ତ ତିନି ନାମଲେଖା ପକ୍ରିୟା ଆରମ୍ଭ ହେବ । ଅପରାହ୍ନ ୪ଟା ସମୟରୁ ଅନଲାଇନ ମାଧ୍ୟମରେ ଛାତ୍ରଛାତ୍ରୀମାନେ ଆବେଦନ କରିପାରିବେ । samsodisha.gov.in ୱେବସାଇଟ ମାଧ୍ୟମରେ ଜୁନ ୧୭ ପର୍ଯ୍ୟନ୍ତ ଏହି ଆବେଦନ ପାଇଁ ସୁଯୋଗ ରହିବ । ଆବେଦନ ପରେ ଜୁନ୍ ୧୮ ତାରିଖରୁ ୧୯ ତାରିଖ ମଧ୍ୟରେ CAFର ତ୍ରୁଟି ସୁଧାରି ପାରିବେ ।
ଜୁନ୍ ୨୫ ତାରିଖ ଅପରାହ୍ନ ୪ଟାରେ ପ୍ରକାଶ ପାଇବ ପ୍ରଥମ ମେଧା ତାଲିକା । ତେବେ ଜୁନ ୨୫ ତାରିଖରୁ ୨୮ ତାରିଖ ଯାଏଁ ସ୍ଲାଇଡ୍ ଅପ୍ସନ ଚୟନ କରିପାରିବେ ଛାତ୍ରଛାତ୍ରୀ । ଜୁନ୍ ୨୬ ତାରିଖରୁ ୨୯ ତାରିଖ ପର୍ଯ୍ୟନ୍ତ କଲେଜକୁ ଯାଇ ରିପୋର୍ଟ କରିବେ । ଜୁଲାଇ ୫ ତାରିଖ ଅପରାହ୍ନ ୪ଟାରେ ଦ୍ବିତୀୟ ପର୍ଯ୍ୟାୟ ମେଧାବୀ ତାଲିକା ପ୍ରକାଶ ପାଇବ ।
ତେବେ ଜୁଲାଇ ୫ ତାରିଖରୁ ୮ ତାରିଖ ଯାଏଁ ସ୍ଲାଇଡ୍ ଅପସନ ଚୟନ କରିପାରିବେ ଛାତ୍ରଛାତ୍ରୀ । ଜୁଲାଇ ୬ ତାରିଖରୁ ୯ ତାରିଖ ପର୍ଯ୍ୟନ୍ତ ଦ୍ବିତୀୟ ପର୍ଯ୍ୟାୟ ନାମଲେଖା ରିପୋର୍ଟ କରିବେ । ଜୁଲାଇ ୧୫ ତାରିଖ ଅପରାହ୍ନ ୪ଟାରେ ତୃତୀୟ ପର୍ଯ୍ୟାୟ ମେଧାବୀ ତାଲିକା ପ୍ରକାଶ ପାଇବ । ରାଜ୍ୟରେ ସ୍ଵୟଂଶାସିତ କଲେଜ ଏବଂ ଯୁକ୍ତ ତିନି ମୋଟ କଲେଜ ହେଉଛି ୧୦୩୭ ।
ସେଥିମଧ୍ୟରୁ ୨ ଲକ୍ଷ ୭୩ ହଜାର ୧୫ଟି ସିଟ ରହିଛି । ତେବେ ଚଳିତ ବର୍ଷ ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ୨୪ ହଜାର ୫୫୨ ସିଟ ରହିଥିବା ବେଳେ ଦ୍ଵିତୀୟ ସର୍ବାଧିକ କଟକ ଜିଲ୍ଲାରେ ରହିଛି । କଟକରେ ସିଟ ସଂଖ୍ୟା ୨୧ ହଜାର ୮୧୨ ରହିଛି ଏବଂ ଖୋର୍ଦ୍ଧା ଜିଲ୍ଲାରେ ସିଟ ରହିଛି ୨୧ ହଜାର ୧୨୩ ।