ଅପରାହ୍ନ ୪ଟାରେ ପ୍ରକାଶ ପାଇବ ଯୁକ୍ତ ଦୁଇ ରେଜଲ୍ଟ

1 min read

ଭୁବନେଶ୍ବର: ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ରେଜଲ୍ଟ। ଅପରାହ୍ନ 4ଟାରେ ପ୍ରକାଶ ପାଇବ ବିଜ୍ଞାନ ଓ ବାଣିଜ୍ୟ ଫଳ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ବା ସିଏଚ୍‌ଏସ୍‌ଇ ପ୍ରକାଶ କରିବ ପରୀକ୍ଷା ଫଳ । ସିଏଚଏସଇ ମୁଖ୍ୟାଳୟରେ ଆନୁଷ୍ଠାନିକ ଭାବେ ଫଳ ପ୍ରକାଶ ପାଇବ ବୋଲି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି ।

www.odisha results.nic.in ଓ SAMS e space ୱେବସାଇଟରେ ରେଜଲ୍ଟ ପାଇ ପାରିବେ ଛାତ୍ରଛାତ୍ରୀ । ସେହିଭଳି କଳା ଓ ଧନ୍ଦାମୂଳକ ଛାତ୍ରଛାତ୍ରୀଙ୍କ ରେଜଲ୍ଟ ଅଗଷ୍ଟ ପ୍ରଥମ ସପ୍ତାହ ମଧ୍ୟରେ ପ୍ରକାଶ ପାଇବ ।  ବିଜ୍ଞାନ ବିଭାଗର ୭୮ ହଜାର ଓ ବାଣିଜ୍ୟର ୨୪ ହଜାର ଛାତ୍ରଛାତ୍ରୀଙ୍କୁ ମିଶାଇ ପାଖାପାଖି ୧ ଲକ୍ଷ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଫଳ ପ୍ରକାଶ ପାଇବ ।

ଚଳିତବର୍ଷ ରାଜ୍ୟର ୧ ହଜାର ୧୩୩ଟି ପରୀକ୍ଷା କେନ୍ଦ୍ରରେ ମୋଟ୍ ୩ ଲକ୍ଷ ୨୧ହଜାର ୫୦୮ ପରୀକ୍ଷାର୍ଥୀ +୨ ପରୀକ୍ଷା ଦେଇଥିଲେ । କଳାରେ ୨ ଲକ୍ଷ ୧୩ ହଜାର ୪୩୨ ଜଣ ପରୀକ୍ଷାର୍ଥୀ ଥିବା ବେଳେ ବିଜ୍ଞାନରେ ୭୮ ହଜାର ୭୭ ଜଣ, ବାଣିଜ୍ୟରେ ୨୪ ହଜାର ୧୩୬ ଜଣ ଏବଂ ଧନ୍ଦାମୂଳକ ଶିକ୍ଷାରେ ୫ ହଜାର ୮୬୩ ଜଣ ଛାତ୍ରଛାତ୍ରୀ ରହିଛନ୍ତି । ଚଳିତବର୍ଷ ମୂଲ୍ୟାୟନ ନିମନ୍ତେ ଦୁଇ ପ୍ରକାରର ମୂଲ୍ୟାୟନ ପଦ୍ଧତି ଗ୍ରହଣ କରାଯାଇଛି ।

ଦୁଇଟି ପଦ୍ଧତି ମଧ୍ୟରୁ ଯେଉଁଥିରେ ପିଲାଙ୍କ ମାର୍କ ଅଧିକ ହେବ ତାହାକୁ ସମ୍ପୃକ୍ତ ବିଷୟର ଚୂଡ଼ାନ୍ତ ମାର୍କ ଭାବେ ବିଚାର କରାଯିବ ।