ସମୀକ୍ଷା ପରେ ଓଡିଶାକୁ ୫ଶହ କୋଟି ବାତ୍ୟା ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ବର: ବାତ୍ୟା ସହାୟତା ପ୍ୟାକେଜ ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସକାଳେ ବାତ୍ୟା ଯାସ କ୍ଷୟକ୍ଷତି ଆକଳନ କରିବା ପରେ ସହାୟତା ରାଶି ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ । ଓଡ଼ିଶା ପାଇଁ ଅତିରିକ୍ତ ୫୦୦କୋଟି ଟଙ୍କା ଘୋଷଣା କରିଛନ୍ତି । ସେହିପରି ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ପାଇଁ ମଧ୍ୟ ୫୦୦କୋଟି ଟଙ୍କା ଘୋଷଣା କରାଯାଇଛି ।

ସେପଟେ ଓଡିଶାର କ୍ଷୟକ୍ଷତି ଆକଳନ କରିବାକୁ ଖୁବଶୀଘ୍ର ଏକ କେନ୍ଦ୍ରୀୟ ଟିମ ଆସିବ । ଆନ୍ତଃମନ୍ତ୍ରୀସ୍ତରୀୟ ଟିମର ରିପୋର୍ଟ ଆଧାରରେ ପରବର୍ତ୍ତୀ ସହାୟତା ରାଶି ଘୋଷଣା କରାଯିବ ବୋଲି ମଧ୍ୟ ଉଲ୍ଲେଖ ରହିଛି । ପ୍ରଧାନମନ୍ତ୍ରୀ ଆଜି ଓଡ଼ିଶାର ୩ଜିଲ୍ଲା ଓ ପଶ୍ଚିମବଙ୍ଗ ପୂର୍ବ ମେଦିନାପୁରର କ୍ଷୟକ୍ଷତି ନେଇ ଆକାଶମାର୍ଗରୁ କରିଥିଲେ ଅନୁଧ୍ୟାନ ।

ବିମାନବନ୍ଦରରେ ବସିଥିବା ସମୀକ୍ଷା ବୈଠକରେ ଓଡିଶା ତରଫରୁ କ୍ଷୟୟତି ବାବଦ ଅର୍ଥ ରାଶି ଦାବି କରାଯାଇନଥିଲା । ବରଂ ବାତ୍ୟା ନିରୋଧୀ ଭିତ୍ତିଭୂମି ଦାବି କରିଥିଲା ଓଡ଼ିଶା । ବାତ୍ୟାରେ କଣ କଣ ହୋଇଛି ସେ ନେଇ 8ମିନଟର ଭିଡ଼ିଓ ମୋଦିଙ୍କୁ ପ୍ରଦର୍ଶନ କରାଯାଇଥିଲା । ପ୍ରଧାନମନ୍ତ୍ରୀଙ୍କୁ ବାତ୍ୟା ଅଞ୍ଚଳର ଚିତ୍ର ପାୱାର ପଏଣ୍ଟ ମାଧ୍ୟରେ ଦେଖାଯାଇଥିଲା । ଏହାସହ ବାତ୍ୟା କ୍ଷୟକ୍ଷତିର ଭରଣା ରାଜ୍ୟ ନିଜେ କରିବ ବୋଲି ଜଣାଯାଇଛି ।

ବାତ୍ୟାରେ ଜୀବନ ହରାଇଥିବା ବ୍ୟକ୍ତିଙ୍କ ପରିବାରକୁ ସହାୟତା ସୂରୁପ ୨ଲକ୍ଷ ଅନୁକମ୍ପା ଯୋଗାଇଦିଆଯିବ  । ସେହିପରି ଆହତଙ୍କୁ ୫୦ ହଜାର ଟଙ୍କା ପ୍ରଦାନ କରାଯିବ ବୋଲି କୁହାଯାଇଛି  । ବାତ୍ୟା ୟାସରେ ସର୍ବାଧିକ କ୍ଷତି ହୋଇଥିବା ରାଜ୍ୟ ଓଡ଼ିଶାକୁ ୫ଶହ କୋଟି ପ୍ରଦାନ କରାଯାଇଥିବା ବେଳେ ପଶ୍ଚିମବଙ୍ଗକୁ ୨୫୦ କୋଟି ଏବଂ ଝାଡଖଣ୍ଡକୁ ୨୫୦ କୋଟି ସହାୟତା ରାଶି ଘୋଷଣା କରାଯାଇଛି  । ସମୀକ୍ଷା ସାରିବା ପରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏହି ଘୋଷଣା କରାଯାଇଛି  ।

Leave a Reply