ବାତ୍ୟା ପରବର୍ତ୍ତୀ ପୁନରୁଦ୍ଧାର କାର୍ଯ୍ୟ ନେଇ ଭୁବନେଶ୍ୱରରେ ଅନୁଷ୍ଠିତ ବୈଠକକୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା
1 min readନୂଆଦିଲ୍ଲୀ: ବାତ୍ୟା ପରବର୍ତ୍ତୀ ପୁନରୁଦ୍ଧାର କାର୍ଯ୍ୟ ନେଇ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ହୋଇଥିବା ସମୀକ୍ଷା ବୈଠକକୁ ସଫଳ ବୋଲି କହିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବାତ୍ୟା ମୁକାବିଲାକୁ ଭିତ୍ତିଭୂମିକୁ ସୁଦୃଢ଼ କରିବା ନେଇ ଉଭୟ କେନ୍ଦ୍ର ଓ ରାଜ୍ୟ ମିଳିତ ଭାବେ କାର୍ଯ୍ୟ ଜାରି ରଖିବା ଏବଂ ଏ ଦିଗରେ ଓଡ଼ିଶା ସରକାର ଉଲ୍ଲେଖନୀୟ କାର୍ଯ୍ୟ କରିଥିବା ପ୍ରଧାନମନ୍ତ୍ରୀ କହିଛନ୍ତି । ଗତକାଲିର ବୈଠକ ପରେ ଦିଲ୍ଲୀ ଫେରି ଓଡ଼ିଶା ସମେତ ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ପାଇଁ ୫ଶହ କୋଟି ଟଙ୍କାର ସହାୟତା ଘୋଷଣା କରିଥିଲେ ପ୍ରଧାନମନ୍ତ୍ରୀ । ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀଙ୍କୁ ଟ୍ୱିଟ୍ ଯୋଗେ ଧନ୍ୟବାଦ ଜଣାଇଥିଲେ । ଯାହାକୁ ରିଟ୍ୱିଟ୍ କରି ଏଭଳି କହିଛନ୍ତି ପ୍ରଧାନମନ୍ତ୍ରୀ ମୋଦି ।
ସୂଚନା ଯୋଗ୍ୟ ଯେ, ଶୁକ୍ରବାର ଓଡ଼ିଶା ଗସ୍ତରେ ଆସି ବାତ୍ୟା କ୍ଷୟକ୍ଷତିର ସମୀକ୍ଷା କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଭୁବନେଶ୍ୱରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପ୍ରତାପ ଷଡ଼ଙ୍ଗୀ, ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ସ୍ୱତନ୍ତ୍ର ରିଲିଫ୍ କମିଶନର ପ୍ରଦୀପ ଜେନା ଓ ୫-ଟି ସଚିବ ଭି.କେ ପାଣ୍ଡିଆନ୍ଙ୍କ ସମେତ ଅନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ ।
ସମୀକ୍ଷା ବୈଠକରେ ହୋଇଥିବା ଆଲୋଚନା ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇ ଏସ୍ଆରସି ପ୍ରଦୀପ କୁମାର ଜେନା କହିଛନ୍ତି ଯେ, କ୍ଷତିକ୍ଷତି ନେଇ ଆକଳନ ଚାଲିଛି ଏବେ କ୍ଷୟକ୍ଷତି ବାବଦରେ ଅର୍ଥରାଶି ଆମେ କେନ୍ଦ୍ରକୁ ମାଗିନାହୁଁ । ୭ ଦିନ ପରେ କ୍ଷୟକ୍ଷତି କେତେ ହୋଇଛି ଆମେ ଜଣାଇବୁ । ବାତ୍ୟାରେ କ’ଣ ହୋଇଛି ସେ ନେଇ ୮ ମିନିଟର ଏକ ଭିଡିଓ କ୍ଳିପ୍ ମାଧ୍ୟମରେ ପ୍ରଧାନମନ୍ତ୍ରୀଙ୍କୁ ଅବଗତ କରାଯାଇଛି । ବାତ୍ୟା ଅଞ୍ଚଳର ସ୍ଥିତି ନେଇ ମଧ୍ୟ ପାଓ୍ୱାର ପଏଣ୍ଟ ମାଧ୍ୟମରେ ପ୍ରଦର୍ଶିତ କରାଯାଇଛି । ତେବେ ଅନୁଷ୍ଠିତ ବୈଠକରେ ରାଜ୍ୟ ପକ୍ଷରୁ ବାତ୍ୟା ନିରୋଧୀ ଭିତ୍ତିଭୂମି ଓ ବେଳାଭୂମିର ସୁରକ୍ଷା ପାଇଁ ଅନୁରୋଧ କରାଯାଇଥିବା ଶ୍ରୀ ଜେନା ସୂଚନା ଦେଇଥିଲେ । ତେବେ ବାତ୍ୟା କ୍ଷୟକ୍ଷତିର ଭରଣା ରାଜ୍ୟ ନିଜେ କରିବ ବୋଲି ଶ୍ରୀ ଜେନା କହିଥିଲେ ।
Had a very productive review meeting in Bhubaneswar. We will continue working together to strengthen disaster management capabilities, an area where Odisha has made commendable strides. https://t.co/1mcAxub4nE
— Narendra Modi (@narendramodi) May 29, 2021
ଏଥିସହିତ ପଢ଼ନ୍ତୁ: ନିଜ ସମ୍ବଳରେ ବାତ୍ୟା ‘ୟାସ୍’ ପରବର୍ତ୍ତୀ ସ୍ଥିତିର ମୁକାବିଲା କରିବୁ କହି ଟ୍ୱିଟରରେ ଟ୍ରେଣ୍ଡ୍ ହେଲେ ନବୀନ