ଓଡ଼ିଶାବାସୀଙ୍କୁ ନୂଆଁଖାଇର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
1 min readନୂଆଦିଲ୍ଲୀ: ଆଜି ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଚଳଚଞ୍ଚଳ ପଶ୍ଚିମ ଓଡ଼ିଶାର ଗାଁଠୁ ସହର। ନୂଆଁଖାଇର ଶୁଭେଚ୍ଛା ଜଣାଇଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଓଡ଼ିଶାର ଭାଇ ଭଉଣୀ ବିଶେଷକରି ପଶ୍ଚିମା଼୍ଚଳର ଭାଇ ଭଉଣୀଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଇଛନ୍ତି ରାଷ୍ଟ୍ରପତି । ସ୍ନେହ, ଶ୍ରଦ୍ଧା ଓ ସୌହାର୍ଦ୍ୟର ଅନନ୍ୟ ପର୍ବ ସମସ୍ତଙ୍କ ପାଇଁ ସୁଖ, ଶାନ୍ତି ଓ ସମୃଦ୍ଧି ଆଣୁ ବୋଲି ସେ ଆନ୍ତରିକ କାମନା କରିଛନ୍ତି।
ନୂଆଖାଇ ଜୁହାର।
ନୂଆଖାଇ ଅବସରରେ ମୁଁ ଓଡ଼ିଶାର ଭାଇ ଓ ଭଉଣୀ ବିଶେଷକରି ଓଡ଼ିଶାର ପଶ୍ଚିମାଞ୍ଚଳର ଭାଇ ଓ ଭଉଣୀ ମାନଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଉଛି।
ସ୍ନେହ,ଶ୍ରଦ୍ଧା ଓ ସୌହାର୍ଦ୍ଦ୍ୟର ଏହି ଅନନ୍ୟ ଗଣପର୍ବ ସମସ୍ତଙ୍କ ପାଇଁ ସୁଖ,ଶାନ୍ତି ଓ ସମୃଦ୍ଧି ଆଣୁ,ଏହା ମୋର ଆନ୍ତରିକ କାମନା।— President of India (@rashtrapatibhvn) September 1, 2022
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟ୍ୱିଟ୍ କରି ନୂଆଁଖାଇ ଜୁହାର ଜଣାଇଛନ୍ତି । ସମସ୍ତଙ୍କୁ ବିଶେଷ ଦିନର ଶୁଭେଚ୍ଛା ଜଣାଇବା ସହ କଟିନ ପରିଶ୍ରମ କରି ଦେଶବାସୀଙ୍କୁ ଖାଦ୍ୟାନ୍ନ ଯୋଗାଉଥିବା ଚାଷୀଙ୍କୁ କୃତଜ୍ଞତା ଜଣାଇଛନ୍ତି । ସମାଜ ପ୍ରଗତିର ନୂଆ ଉଚ୍ଚତାରେ ପହଞ୍ଚୁ । ସମସ୍ତଙ୍କ ସୁଖ, ସମୃଦ୍ଧି ଓ ଉଦ୍ଦମ ସ୍ୱାସ୍ଥ୍ୟ କାମନା କରିଛନ୍ତି ପ୍ରଧାନମନ୍ତ୍ରୀ।
ନୂଆଁଖାଇ ଜୁହାର୍ ! ସମସ୍ତଙ୍କୁ ଏହି ବିଶେଷ ଦିନର ହାର୍ଦ୍ଦିକ ଶୁଭେଚ୍ଛା । କଠିନ ପରିଶ୍ରମ କରି ଦେଶବାସୀଙ୍କୁ ଖାଦ୍ୟାନ୍ନ ଯୋଗାଉଥିବା ଆମର ଚାଷୀ ଭାଇ ମାନଙ୍କୁ କୃତଜ୍ଞତା ଜଣାଇବାର ଏହି ଅବସର । ଆମ ସମାଜ ପ୍ରଗତିର ନୂଆ ଉଚ୍ଚତାରେ ପହଞ୍ଚୁ । ସମସ୍ତଙ୍କ ସୁଖ, ସମୃଦ୍ଧି ଓ ଉତ୍ତମ ସ୍ୱାସ୍ଥ୍ୟ କାମନା କରୁଛି ।
— Narendra Modi (@narendramodi) September 1, 2022