spot_img

Latest Posts

ଶପଥ ଗ୍ରହଣ ସମାରୋହରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ, ୫୯ ପ୍ଲାଟୁନ ଫୋର୍ସ ମୁତୟନ

ଭୁବନେଶ୍ବର: ଶପଥ ଗ୍ରହଣ ସମାରୋହରେ ଯୋଗଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିଛି କମିଶନରେଟ ପୋଲିସ । ମୋଟ ୫୯ ପ୍ଲାଟୁନ ଫୋର୍ସ ସୁରକ୍ଷା ଦାୟିତ୍ୱରେ ରହିବେ । ଜଣେ ଆଇଜି, ୩ ଜଣ ଡିଆଇଜି, ୧୩ ଜଣ ଏସପି ଓ ଡିସିପି ରାଙ୍କ ଅଫିସର, ୧୮ ଜଣ ଅତିରିକ୍ତ ଏସପି, ୫୮ ଜଣ ଡିଏସପି, ୯୪ ଜଣ ଇନ୍ସିପେକ୍ଟର ଓ ୩୧୨ ଜଣ ଏସଆଇ ଓ ଏଏସଆଇ, ୨୮ ଜଣ କମାଣ୍ଡଡେଣ୍ଟ୍ ସୁରକ୍ଷା ଦାୟିତ୍ୱରେ ରହିବେ।

ଏଥିପାଇଁ ସୁରକ୍ଷା ବ୍ୟବସ୍ଥାର ରିହର୍ସାଲ କରିଛନ୍ତି ନିଜେ ପୋଲିସ କମିଶନର । ସଭାସ୍ଥଳକୁ ଆସିବା ପୂର୍ବରୁ କେଉଁ ଗେଟରେ କାହାର ଏଣ୍ଟ୍ରି ହେବ ସେ ନେଇ ସୂଚନା ଦିଆଯାଇଛି । ଆସନ୍ତାକାଲି ଦିନ ୨ଟା ୧୦ ମିନିଟରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ । ରାଜଭବନ ଯାଇ ସେଠାରେ ୨ ଘଣ୍ଟା ରହିବା ପରେ ୪ଟା ୩୦ରେ ରାଜଭବନରୁ ବାହାରି ଜନତା ମୈଦାନ ଯିବେ । ସମ୍ପୂର୍ଣ୍ଣ ଜନତା ମୈଦାନକୁ ସିସିଟିଭି ନଜରରେ ରଖାଯାଇଥିବା ବେଳେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।

ଭିଭିଆଇପିଙ୍କ ବିମାନବନ୍ଦରରେ ପହଞ୍ଚିବା ଠାରୁ ହୋଟେଲରେ ରହିବା, ଉତ୍ସବସ୍ଥଳକୁ ଯିବା ଏବଂ ବିମାନବନ୍ଦରକୁ ଫେରିବା ପର୍ଯ୍ୟନ୍ତ ସବୁଠି ପୁଲିସ ଛାଉଣୀ କରାଯିବ। ଟ୍ରାଫିକରେ ସମସ୍ୟା ଦେଖାନଦେବା ପାଇଁ ମଧ୍ୟ ସ୍ବତନ୍ତ୍ର ବ୍ଲୁ-ପ୍ରିଣ୍ଟ ପ୍ରସ୍ତୁତ କରାଯାଇଛି। ଏହି ଶପଥ ଗ୍ରହଣ ଉତ୍ସବରେ ୩୫ ହଜାର ଲୋକ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏତେ ବଡ଼ ଆୟୋଜନ ପାଇଁ ସ୍ବତନ୍ତ୍ର ପାର୍କିଂ ବ୍ୟବସ୍ଥା ମଧ୍ୟ କରାଯାଇଛି। ଯେକୌଣସି ପରିସ୍ଥିତିର ସାମ୍ନା କରିବା ପାଇଁ ଅଗ୍ନିଶମ ବିଭାଗ ମଧ୍ୟ ସଜାଗ ରହିଛି।

ଟ୍ରାଫିକ ପରିଚାଳନା ପାଇଁ ସ୍ବତନ୍ତ୍ର ଟିମ୍ ଗଠନ କରାଯାଇଛି। ହୋଟେଲରେ ଯାଞ୍ଚ ପ୍ରକ୍ରିୟାକୁ ଜୋରଦାର କରାଯାଇଛି। ସେହିପରି ରାଜଧାନୀରେ ରାତ୍ରିକାଳୀନ ପାଟ୍ରୋଲିଂ ସହ ଚେକିଂ ଓ ବ୍ଲକିଂକୁ କଡ଼ାକଡ଼ି କରାଯାଇଛି । ଶପଥ ଗ୍ରହଣ ଉତ୍ସବରେ ବହୁ ଭିଭିଆଇପି, ବିଶିଷ୍ଟ ବ୍ୟକ୍ତି, ଶିଳ୍ପପତି ଯୋଗଦେବେ।

Latest Posts

Don't Miss