ନୂଆଁଖାଇ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
1 min readନୂଆଦିଲ୍ଲୀ: ଆଜି ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ । ଏହି ପବିତ୍ର ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମସ୍ତଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଟ୍ୱିଟ୍ ଆକାଉଣ୍ଟରେ ଉଭୟ ଇଂରାଜୀ ଓ ଓଡ଼ିଆ ଭାଷାରେ ଲେଖି ନୂଆଁଖାଇ ଶୁଭେଚ୍ଛା ଜଣାଇଛନ୍ତି । ଓଡ଼ିଶାର ଏକ ସର୍ବପୁରାତନ ପର୍ବ ନୂଆଁଖାଇର ଅବସରରେ ସମାଜର ସବୁବର୍ଗ ବିଶେଷ ଭାବରେ ପରିଶ୍ରମୀ ଚାଷୀଭାଇ ମାନଙ୍କର ସୁଖ ଓ ସମୃଦ୍ଧି କାମନା କରିଛନ୍ତି ପ୍ରଧାନମନ୍ତ୍ରୀ । ସମସ୍ତଙ୍କର ଉତ୍ତମ ସ୍ୱାସ୍ଥ୍ୟ ଓ ଉନ୍ନତି ପାଇଁ ଭଗବାନଙ୍କ ନିକଟରେ ପ୍ରାର୍ଥନା ମଧ୍ୟ କରିଛନ୍ତି ମୋଦି ମୋଦି ।
ଆମର ଚାଷୀ ଭାଇ ମାନଙ୍କର କଠିନ ପରିଶ୍ରମର ଉତ୍ସବ ହେଉଛି ପବିତ୍ର ନୂଆଁଖାଇ । ସେମାନଙ୍କର ଝାଳବୁହା ପରିଶ୍ରମ କାରଣରୁ ଆମ ଦେଶକୁ ଅନ୍ନ ମିଳୁଛି ।
ଏହି ବିଶେଷ ଦିବସରେ ସମସ୍ତଙ୍କ ଉନ୍ନତି ଏବଂ ଉତ୍ତମ ସ୍ୱାସ୍ଥ୍ୟ କାମନା କରୁଛି ।
ନୂଆଁଖାଇ ଜୁହାର ।
— Narendra Modi (@narendramodi) August 23, 2020
The special occasion of Nuakhai is about celebrating the hardwork of our farmers. It is due to their efforts that our nation is fed.
May this auspicious day bring prosperity and good health for everyone.
Nuakhai Juhar!
— Narendra Modi (@narendramodi) August 23, 2020
ସେହିଭଳି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ରାଜ୍ୟବାସୀଙ୍କୁ ନୂଆଁଖାଇ ଶୁଭେଚ୍ଛା ଜଣାଇଛନ୍ତି । ନିଜ ଟ୍ୱିଟ୍ ହ୍ୟାଣ୍ଡେଲରେ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ସେ ପଶ୍ଚିମ ଓଡ଼ିଶାର ଆଞ୍ଚଳିକ ଭାଷାରେ ଟ୍ୱିଟ୍ କରି ସମସ୍ତଙ୍କୁ ନୂଆଁଖାଇର ଅଭିନନ୍ଦନ ଜ୍ଞାପନ କରିଛନ୍ତି । ଏହାସହ ସେ ରାଜ୍ୟବସାୀଙ୍କ ସୁଖ ଓ ସମୃଦ୍ଧି କାମନା କରିଛନ୍ତି ।
ମୁଖ୍ୟମନ୍ତ୍ରୀ ନିଜ ଟ୍ୱିଟ୍ ହ୍ୟାଣ୍ଡେଲରେ ଲେଖଇଛନ୍ତି, ନୂଆଁ ଧାନ୍ ସାଙ୍ଗେ ନୂଆଁ ଆଶା ନେଇକରି ପାଲନ୍ କରୁନ୍ ଇ ଭାଇଚାରାର୍ ପରବ୍ ନୂଆଁଖାଇ। ସମସ୍ତଙ୍କର୍ ସୁଖ ଆର୍ ସମୃଦ୍ଧି କାମନା କରୁଛେଁ। ସଭିଙ୍କୁ ମୋର୍ ନୂଆଁଖାଇ ଜୁହାର୍ ।
ନୂଆଁ ଧାନ୍ ସାଙ୍ଗେ ନୂଆଁ ଆଶା ନେଇକରି ପାଲନ୍ କରୁନ୍ ଇ ଭାଇଚାରାର୍ ପରବ୍ ନୂଆଁଖାଇ। ସମସ୍ତଙ୍କର୍ ସୁଖ ଆର୍ ସମୃଦ୍ଧି କାମନା କରୁଛେଁ। ସଭିଙ୍କୁ ମୋର୍ ନୂଆଁଖାଇ ଜୁହାର୍। #NuakhaiJuhar #ନୂଆଁଖାଇଜୁହାର? pic.twitter.com/et39pij6Pb
— Naveen Patnaik (@Naveen_Odisha) August 23, 2020