ସିଡିଏସ୍ ବିପିନ ରାଓ୍ୱତଙ୍କ ବିମାନ ଦୁର୍ଘଟଣାଗ୍ରସ୍ତ: ପ୍ରତିରକ୍ଷାମନ୍ତ୍ରୀଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ
1 min readନୂଆଦିଲ୍ଲୀ: ଚିଫ୍ ଅଫ୍ ଡିଫେନ୍ସ ଷ୍ଟାଫ ବିପିନ ରାଓ୍ୱତଙ୍କୁ ନେଇ ଯାଉଥିବା ବିମାନ ଦୁର୍ଘଟଣାଗ୍ରସ୍ତ ହେବା ପରେ କ୍ୟାବିନେଟ୍ ବୈଠକ ଡକାଇଲେ ପ୍ରଧାନମନ୍ତ୍ରୀ । ପ୍ରତିରକ୍ଷା ମନ୍ତ୍ରୀଙ୍କ ସହ ମଧ୍ୟ କଥା ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସେ ତାଙ୍କୁ ଘଟଣା ସମ୍ପର୍କରେ ବିସ୍ତୃତ ସୂଚନା ଦେଉଛନ୍ତି । ସୂଚନା ଯୋଗ୍ୟ ଯେ, ତାମିଲନାଡୁର କୁନ୍ନୁରରେ ସେନାର ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ । ହେଲିକପ୍ଟରରେ ଚିଫ୍ ଅଫ୍ ଡିଫେନ୍ସ ଷ୍ଟାଫ୍ ବିପିନ ରାୱତ ଓ ତାଙ୍କ ପତ୍ନୀ ଥିଲେ ।
ଦୁର୍ଘଟଣାରେ ତିନି ଜଣ ଆହତ ହୋଇଛନ୍ତି । ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସୂଚନା ଅନୁସାରେ ଏକ ଲେକ୍ଚର ସିରିଜରେ ଭାଗ ନେବାକୁ ରାୱତ ଯାଉଥିଲେ । ବର୍ତ୍ତମାନ ଉଦ୍ଧାର କାର୍ଯ୍ୟ ଚାଲୁଛି । ତେବେ ଉଦ୍ଧାର ହୋଇଥିବା ବ୍ୟକ୍ତିଙ୍କ ସମ୍ପର୍କରେ କୌଣସି ବିସ୍ତୃତ ସୂଚନା ମିଳିନାହିଁ । ପ୍ରାରମ୍ଭିକ ସୂଚନା ଅନୁସାରେ ଖରାପ ପାଗ ପାଇଁ ଏହି ହେଲିକପ୍ଟର ଦୁର୍ଘଟଣାଗ୍ରସ୍ଥ ହୋଇଛି ବୋଲି କୁହାଯାଉଛି ।
An IAF Mi-17V5 helicopter, with CDS Gen Bipin Rawat on board, met with an accident today near Coonoor, Tamil Nadu.
An Inquiry has been ordered to ascertain the cause of the accident.— Indian Air Force (@IAF_MCC) December 8, 2021