ଶେଷ ହେଲା ପୁରୀ ଗଜପତି ମହାରାଜଙ୍କ ଅଧକ୍ଷତାରେ ବସିଥିବା ନୀତି ସବ କମିଟି ବୈଠକ

1 min read

ପୁରୀ : ପୁରୀ ଗଜପତି ମହାରାଜଙ୍କ ଅଧକ୍ଷତାରେ ବସିଥିବା ନୀତି ସବ କମିଟି ବୈଠକ ଶେଷ  l ଜାନୁଆରୀ ୧୭ ରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର‌ ହେବ ଉଦଘାଟନ । ଏହା ପୂର୍ବରୁ ତ୍ରିଦିନାତ୍ମକ ପୂଜାର୍ଚ୍ଚନା ଓ ହୋମଯଜ୍ଞ ଆରମ୍ଭ ହେବ । ପୂର୍ଣ୍ଣାହୂତି ଦେବେ ଗଜପତି ମହାରାଜା । ଏହି ସମୟରେ ଶ୍ରୀମନ୍ଦିର ଚାରିଦ୍ବାରରେ ବେଦ ପାରାୟଣ ପଠନ କରାଯିବ । ଜାନୁଆରୀ ୧୨ ତାରିଖରୁ ପ୍ରସ୍ତୁତି କାର୍ଯ୍ୟ ଆରମ୍ଭ ହେବ । ୧୫ ତାରିଖରୁ ଶ୍ରୀମନ୍ଦିର ଐସାନ୍ୟ କୋଣରେ ସକାଳ ୭ଟା ୩୦ରୁ ଦୀପ ପ୍ରଜ୍ବଳନ କରାଯାଇ ପୂଜାର୍ଚ୍ଚନା ଓ ହୋମଯଜ୍ଞ ଆରମ୍ଭ ହେବ । ଏହି ଅବସରରେ ସମସ୍ତ ମଠର ମଠାଧୀଶ, ବରିଷ୍ଠ ବ୍ୟକ୍ତିବିଶେଷ, ସେବାୟତ, ଛତିଶା ନିଯୋଗ ମହାନାୟକ, ଶ୍ରୀମନ୍ଦିର ପୁରୋହିତ, ମୁକ୍ତିମଣ୍ଡପ ବ୍ରାହ୍ମଣ ଉପସ୍ଥିତ ରହିବେ । ନୃସିଂହ ମନ୍ତ୍ରରେ ସମସ୍ତ ପୂଜାବିଧି କରାଯିବ ।

ପୂର୍ଣ୍ଣାହୂତି ଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି । ଆସନ୍ତାକାଲି ଅନୁଷ୍ଠିତ ହେବାକୁ ଥିବା ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ଏନେଇ ମୋହର ଲାଗିବ ।‌ ଆଜି ଗଜପତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଛତିଶା ନିଯୋଗ ମହାନାୟକ, ଶ୍ରୋତ୍ରୀୟ ବ୍ରାହ୍ମଣ, ପରିଚାଳନା କମିଟି ସଦସ୍ୟ ଓ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।