କାର୍ଯ୍ୟକାରିଣୀ ବୈଠକରେ ରାଜନୈତିକ ପ୍ରସ୍ତାବ, ମହିଳାଙ୍କୁ ସଂରକ୍ଷଣ-ଚାଷୀଙ୍କୁ ଗୁରୁତ୍ୱ

ଭୁବନେଶ୍ୱର: ରବିବାର ବିଜେଡିର କାର୍ଯ୍ୟକାରିଣୀ ବୈଠକ ଆରମ୍ଭ ହୋଇଛି । ଏହି ଅବସରରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଭର୍ଚୁଆଲ ମାଧ୍ୟମରେ ବୈଠକରେ ଯୋଗଦେଇଛନ୍ତି । ଏହି ଅବସରରେ ନେତାମାନେ କେନ୍ଦ୍ରର ଅବହେଳା, ଅଣଦେଖା ଓ ନକରାତ୍ମକ ଆଭିମୁଖ୍ୟ ରାଜ୍ୟ ବିକାଶରେ ବାଧକ ସାଜିଛି ବୋଲି କହିଛନ୍ତି । ଏସବୁ ସତ୍ତ୍ୱେ ସମସ୍ତ ଲୋକାଭିମୁଖୀ କାର୍ଯ୍ୟ ଜାରି ରହିବ । ମହାବାତ୍ୟାରୁ ମହାମାରୀ ପର୍ଯ୍ୟନ୍ତ ସବୁ ବଧାବିଘ୍ନକୁ ଆମର ସ୍ୱଚ୍ଛ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଆମେ ମୁକାବିଲା କରିପାରିଛୁ ।

କୃଷି ଓ କୃଷକଙ୍କ ଉନ୍ନତି ପାଇଁ ଓ ଆୟ ଦ୍ୱିଗୁଣିତ କରିବାକୁ ବିଜୁ ଜନତା ଦଳ ସବୁ ବେଳେ ପ୍ରୟାସ କରି ଆସିଛି । ସ୍ୱାମୀନାଥନ କମିଟି ସୁପାରିଶ ଅନୁସାରେ ଚାଷୀକୁ ସର୍ବନିମ୍ନ ସହାୟକ ମୂଲ୍ୟ ଦେବା ପାଇଁ ଲଢେଇ ଜାରି ରହିବ । ସ୍ୱତନ୍ତ୍ର ରାଜ୍ୟ ମାନ୍ୟତା ପାଇଁ ଓଡ଼ିଶା ହକଦାର । ଏଥିପାଇଁ ଲଢେଇ ଜାରି ରହିବ ବୋଲି କହିଛନ୍ତି ବିଜେଡିର ବରିଷ୍ଠ ନେତା ।

ମହିଳା ଶସକ୍ତିକରଣ ଉପରେ ବୈଠକରେ ଗୁରୁତ୍ୱ ଦିଆଯାଇଛି । ଏହାସହ ଯେଭଳି ପଂଚାୟତ ବ୍ୟବସ୍ଥାରେ ମହିଳାମାନଙ୍କୁ ସଂରକ୍ଷଣ ଦିଆଯାଇଛି । ବିଧାନସଭା ଓ ସଂସଦରେ ମଧ୍ୟ ମହିଳାଙ୍କ ପାଇଁ ୩୩% ସଂରକ୍ଷଣ ଦିଆଯାଉ ବୋଲି ଦାବି ରହିଛି । ଓଡ଼ିଶାର ସଂସ୍କୃତି ଐତିହ୍ୟର ସୁରକ୍ଷା ପାଇଁ ମଧ୍ୟ ବୈଠକରେ ପ୍ରସ୍ତାବ ଦେଇଛନ୍ତି ନେତା ।

ସେପଟେ ଓଡ଼ିଆ ଭାଷାକୁ ଶାସ୍ତ୍ରୀୟ ଭାଷାର ମାନ୍ୟତା ମିଳିଛି । ଏହିକ୍ରମରେ ଓଡିଶୀ ନୃତ୍ୟକୁ ଶାସ୍ତ୍ରୀୟ ନୃତ୍ୟର ମାନ୍ୟତା ପାଇଁ ଦାବି କରାଯାଇଛି । ଓଡ଼ିଶାର ବରପୁତ୍ର ମାନଙ୍କ ଗାଁକୁ ଆଦର୍ଶ ଗ୍ରାମ ହିସାବରେ ଗ୍ରହଣ କରାଯାଉ । ସେମାନଙ୍କ ଜୀବନୀ ପାଠ୍ୟପୁସ୍ତକରେ ସ୍ଥାନ ପାଉ ବୋଲି ନେତାମାନେ ପ୍ରସ୍ତାବ ଦେଇଛନ୍ତି ।

Leave a Reply