ଭାରତ ଫେରିଲେ ସୁନା ପୁଅ ପ୍ରମୋଦ ଭଗତ

ନୂଆଦିଲ୍ଲୀ: ଭାରତ ଫେରିଲେ ସୁନା ପୁଅ ପ୍ରମୋଦ ଭଗତ। ପାରା ଏସିଆନ ଗେମ୍ସରେ ଓଡ଼ିଶା ପାଇଁ ଗୌରବ ଆଣିଛନ୍ତି ପ୍ରମୋଦ। ନୂଆଦିଲ୍ଲୀ ଏୟାରପୋର୍ଟରେ ସେ ଆଜି ପହଞ୍ଚିଛନ୍ତି । ପାରା ଏସିଆନ ଗେମ୍ସରେ ସ୍ବର୍ଣ୍ଣ ପଦକ ଜିତିଛନ୍ତି ପ୍ରମୋଦ ଭଗତ। ବ୍ୟାଡମିଣ୍ଟନ ସିଙ୍ଗିଲ୍ସରେ ପ୍ରମୋଦ ଜିତିଛନ୍ତି ଗୋଲ୍ଡ ମେଡାଲ । ନିଜ ଦେଶର ନିତେଶ କୁମାରଙ୍କୁ ହରାଇ ସେ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ସ୍ବର୍ଣ୍ଣ ପଦକ ବିଜେତା ପ୍ରମୋଦଙ୍କ ପାଇଁ  ୨ କୋଟି ଟଙ୍କା ପୁରସ୍କାର ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରଥମ ଥର ପାଇଁ ପାରା ଏସିଆନ ଗେମ୍ସରେ ୩ଟି ପଦକ ହାସଲ କରିଛନ୍ତି ପ୍ରମୋଦ। ପୂର୍ବରୁ ପ୍ରମୋଦ  ମିଶ୍ରିତ ଯୁଗଳରେ କାଂସ୍ୟ ଓ ଯୁଗଳରେ ମଧ୍ୟ କାଂସ୍ୟ ପଦକ ହାସଲ କରିଥିଲେ ।