ପ୍ରଶାନ୍ତ ଜଗଦ୍ଦେବଙ୍କ ଜାମିନ ଆବେଦନ ଖାରଜ

1 min read

ନନ୍ଦିଘୋଷ ବ୍ୟୁରୋ: ଖୋର୍ଦ୍ଧାର ବିଜେପି ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦେବଙ୍କୁ ମିଳିଲାନି ଜାମିନ। ଜାମିନ ଆବେଦନକୁ ଖାରଜ କରିଦେଇଛନ୍ତି ଖୋର୍ଦ୍ଧା ଦ୍ବିତୀୟ ଅତିରିକ୍ତ ଜିଲ୍ଲା ଦୌରା ଜଜଙ୍କ କୋର୍ଟ । ଇଭିଏମ୍ ଭଙ୍ଗାରୁଜା ଅଭିଯୋଗରେ ସେ ଗିରଫ ହୋଇଥିଲେ। ଗତ ୨୫ ତାରିଖରେ ପ୍ରଶାନ୍ତ ଜଗଦ୍ଦେବ ବେଗୁନିଆ- ବୋଲଗଡ଼ ନିର୍ବାଚନମଣ୍ଡଳୀ ଅନ୍ତର୍ଗତ କାଉଁରିଆ ପାଟଣା ୧୧୪ ନମ୍ବର ବୁଥରେ ଗଣ୍ଡଗୋଳ କରିଥିବା ଅଭିଯୋଗ ହୋଇଥିଲା। ପୋଲିଂ କର୍ମଚାରୀଙ୍କୁ ଧମକ ଦେବା ଓ ଇଭିଏମ୍ ଭାଙ୍ଗିବା ଭଳି  ଅଭିଯୋଗ ହୋଇଥିଲା । ଗଣ୍ଡଗୋଳ ପରେ ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ଗାଡ଼ିରେ ଫେରାର ହେବାକୁ ଉଦ୍ୟମ କରିବା ବେଳେ ପୋଲିସ ତାଙ୍କୁ ଅଟକ ରଖିଥିଲା।  ପ୍ରିଜାଇଡିଂ ଅଫିସରଙ୍କ ଅଭିଯୋଗକ୍ରମେ ପ୍ରଶାନ୍ତ ଜଗଦ୍ଦେବଙ୍କୁ ପୋଲିସ ଗିରଫ କରି ଜେଲ ପଠାଇଥିଲା । ବର୍ତ୍ତମାନ ପ୍ରଶାନ୍ତ ଜଗଦ୍ଦେବ କଟକ ଏସସିବି ମେଡିକାଲରେ ଚିକିତ୍ସାଧୀନ ଅଛନ୍ତି ।