ପୁଣି ପ୍ରଶାନ୍ତ ଜଗଦ୍ଦେବଙ୍କ ଦାଦାଗିରି, ବୁଥ୍ରେ ଇଭିଏମ ଭାଙ୍ଗି ଫେରାର
1 min read
ଖୋର୍ଦ୍ଧା: ପୁଣି ଦେଖିବାକୁ ମିଳିଲା ପ୍ରଶାନ୍ତ ଜଗଦ୍ଦେବଙ୍କ ଦାଦାଗିରି । ବୋଲଗଡରେ ଇଭିଏମ ଭାଙ୍ଗି ପ୍ରଶାନ୍ତ ଫେରାର । ବୁଥରେ ଭଙ୍ଗାରୁଜା କରିଛନ୍ତି ପ୍ରଶାନ୍ତ।
ବୋଲଗଡ଼-ବେଗୁନିଆ ନିର୍ବାଚନ ମଣ୍ଡଳିର ରାଜସୁନାଖଳା ନିକଟ କାଉଁରିଆ ପାଟଣାର ୧୧୪ ନମ୍ବର ବୁଥରେ ପଶି ଭଙ୍ଗାରୁଜା କରିଛନ୍ତି ପ୍ରଶାନ୍ତ। ଭୋଟିଂ ସମୟରେ ଇଭିଏମ୍ ଭାଙ୍ଗି ଫେରାର ହୋଇଯାଇଛନ୍ତି ପ୍ରଶାନ୍ତ ଜଗଦ୍ଦେବ। ପ୍ରଶାନ୍ତଙ୍କୁ ଖୋଜୁଛି ପୋଲିସ। ପ୍ରିଜାଇଡିଂ ଓ ପୋଲିଂ ଅଫିସରଙ୍କୁ ବି କରିଛନ୍ତି ଆକ୍ରମଣ । ହିଂସାକାଣ୍ଡ ପରେ ଅପରାଜିତାଙ୍କ ଗାଡିରେ ବସି ଫେରାର ହୋଇଗଲେ । ଦୁଇ ଦିନ ତଳେ ଧମକ ଦେଇଥିଲେ ପ୍ରଶାନ୍ତ ।