ପ୍ରତାପ, ସଞ୍ଜୟ ବିଜେଡିର ଜିଲ୍ଲା ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ

ଭୁବନେଶ୍ବର: ବିଜେଡିର ଜିଲ୍ଲା ପର୍ଯ୍ୟବେକ୍ଷକ ଭାବେ ମିଳିଲା ନିଯୁକ୍ତି । ପ୍ରତାପ ଜେନାଙ୍କୁ କେନ୍ଦ୍ରାପଡା ଜିଲ୍ଲା ପାଇଁ ଦାୟିତ୍ବ ଦିଆଯାଇଛି । ସେହିପରି ସଞ୍ଜୟ ଦାସବର୍ମାଙ୍କୁ ଭଦ୍ରକ ଜିଲ୍ଲା ପାଇଁ ଦାୟିତ୍ବ ଦିଆଯାଇଛି । ଏହି ଦୁଇ ଜିଲ୍ଲା ପର୍ଯ୍ୟବେକ୍ଷକଙ୍କୁ ଭାବେ ନିଯୁକ୍ତି ଦେଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ।

ପର୍ଯ୍ୟବେକ୍ଷକ ନିଯୁକ୍ତ ହେଲା ପରେ ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ସଭାପତି ଶ୍ରୀୟୁକ୍ତ ନବୀନ ପଟ୍ଟନାୟକ ମତେ ଯେତେବେଳେ ଯେଉଁ ଦାୟିତ୍ଵ ଦେଇଛନ୍ତି ମୁଁ ତାକୁ ନିଷ୍ଠା ଓ ଆନ୍ତରିକତା ସହ ନିର୍ବାହ କରିଛି ବୋଲି କହିଛନ୍ତି ସଞ୍ଜୟ। ଏବେ ଯେଉଁ ଦାୟିତ୍ଵ ମିଳିଛି, ତାକୁ ପୂର୍ବ ଭଳି ମୋର ସାଧ୍ୟମତେ ନିର୍ବାହ କରିବି। ମୋ ଉପରେ ଭରସା, ବିଶ୍ବାସ ଓ ଆସ୍ଥା ପ୍ରକଟ କରିଥିବାରୁ ମୁଁ ବିଜୁ ଜନତା ଦଳର ସଭାପତି ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ଜଣାଉଛି ବୋଲି କହିଛନ୍ତି ସଞ୍ଜୟ ଦାସବର୍ମା ।