ପ୍ରଥମାଷ୍ଟମୀ ଉପଲକ୍ଷେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେଉଛି ବିଶେଷ ନୀତି

ପୁରୀ: ଆଜି ପବିତ୍ର ପ୍ରଥମାଷ୍ଟମୀ  । ମାର୍ଗଶିର କୃଷ୍ଣ ଅଷ୍ଟମୀ ତିଥିରେ ପଡ଼ିଥାଏ ପ୍ରଥମାଷ୍ଟମୀ । ଏନେଇ ଆଜି ଶ୍ରୀମନ୍ଦିରରେ ବିଶେଷ ନୀତି ଅନୁଷ୍ଠିତ ହେଉଛି । ଆଜି ମହାପ୍ରଭୁଙ୍କ ପୋଢ଼ୁଆଁ ନୀତି ଅନୁଷ୍ଠିତ ହୋଇଛି । ମାମୁଁଘର ନିଆଳି ମାଧବ ମନ୍ଦିରରୁ ଆସିଛି ଅଷ୍ଟମୀ ଭାର ।  ଶ୍ରୀମନ୍ଦିରରେ ଭୋଗ ମଣ୍ଡପ ନୀତି ବଢିବା ପରେ ୩ ବାଡରେ ମଇଲମ କରାଯାଇ ପୂଜାପଣ୍ଡା ସେବକଙ୍କ ଦ୍ୱାରା ମହାସ୍ନାନ ନୀତି ହୋଇଥାଏ । ଏହାପରେ ପାଳିଆ ପୁଷ୍ପାଳକ ଶ୍ରୀବିଗ୍ରହମାନଙ୍କୁ ନୂଆଲୁଗା ଲାଗି କରାଇଥାନ୍ତି ।

ପୂଜାପଣ୍ଡା ,ପତିମହାପାତ୍ର, ମୁଦିରସ୍ତ  ସେବକ ଘଟୁଆରୀ ଚନ୍ଦନ ଘରଠାରୁ ଚନ୍ଦନ ବିଜେ କରାଇ ଆଣି ତିନି ବାଡରେ ଲାଗି କରାଇଥାନ୍ତି  । ପରେ ପରେ ବେଶ ଓ ଅଳଙ୍କାରରେ ବିମଣ୍ଡିତ ହୋଇ କର୍ପୁର ଲାଗି ପରେ ପୁଷ୍ପାଳକମାନେ ସିଂହାସନରୁ ଓହ୍ଲାଇ ଆସିଥାନ୍ତି । ପରେ ତିନିବାଡ଼ରେ ପୂଜାପଣ୍ଡା, ପତିମହାପାତ୍ର, ମୁଦିରସ୍ତ ସେବକ ବରୁଣ ପୂଜା କରିଥାନ୍ତି ।

ଏହି ପୂଜା ସମାପନ ଭିତରେ ପାଣି ପଡି ମଧ୍ୟାହ୍ନ ଧୂପ ଉଠିସାରିବା ପରେ ତିନି ବାଡରେ ମଙ୍ଗଳାର୍ପଣ ନୀତି ହେବା ସହ ଫୁଲୁପୁରିଆ ଖଦି ଓ ଛେଦା ପ୍ରସାଦ ଲାଗି ହୋଇ ବନ୍ଦାପନା ହୋଇଥାଏ ।

Leave a Reply