ଖିଚିଂରେ ମାଆ କିଚକେଶ୍ବରୀଙ୍କୁ ଦର୍ଶନ କଲେ  ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ମୟୂରଭଞ୍ଜ: ଓଡ଼ିଶାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ବାୟୁସେନାର ସ୍ଵତନ୍ତ୍ର ବିମାନରେ ଆସି ମୟୂରଭଂଜ ଖିଚିଂରେ ପହଞ୍ଚିଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଖିଚିଂରେ ମାଆ କିଚକେଶ୍ବରୀଙ୍କୁ ଦର୍ଶନ କଲେ  ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହାପରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ରାଇରଙ୍ଗପୁରରେ ବିଭିନ୍ନ କାର୍ଯ୍ୟକ୍ରମ ରହିଛି। ରାଇରଙ୍ଗପୁରରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ଯାସ ଓ ଉଦଘାଟନ କରିବେ ରାଷ୍ଟ୍ରପତି। ମୟୂରଭଞ୍ଜ ସମେତ କେନ୍ଦୁଝର, କଟକ, ଭୁବନେଶ୍ବର, ସମ୍ବଲପୁର ଓ ବ୍ରହ୍ମପୁରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ ରାଷ୍ଟ୍ରପତି। ରାଷ୍ଟ୍ରପତିଙ୍କ ୪ ଦିନିଆ ଗସ୍ତ କାର୍ଯ୍ୟକ୍ରମ ରହିଛି। ଏଥିମଧ୍ୟରେ କେନ୍ଦୁଝର ଧରଣୀଧର ବିଶ୍ବବିଦ୍ଯାଳୟରେ କେନ୍ଦୁଝରର ଜନଜାତିଙ୍କ ଉପରେ ଆୟୋଜିତ ଆଲୋଚନା ଚକ୍ରର ଉଦଘାଟନ କରିବେ।

ଏହାପରେ ଭୁବନେଶ୍ବର ଆସି ଉତ୍କଳ ବିଶ୍ବବିଦ୍ଯାଳୟର ୫୩ତମ ସମାବର୍ତ୍ତନ ଉପରେ ମୁଖ୍ଯ ଅତିଥି ଭାବେ ଯୋଗଦେବେ । ରାଜଭବନରେ ରାତ୍ରୀଯାପନ କରିବା ପରେ  ବ୍ରହ୍ମପୁର ବିଶ୍ବବିଦ୍ଯାଳୟର ୨୫ତମ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ ମହାମହିମ । ଭୁବନେଶ୍ବର ଫେରି ଅପରାହ୍ମରେ କଟକ ଜବାହାରଲାଲ ନେହେରୁ ଇନଡୋର ଷ୍ଟାଡିୟମରେ ବ୍ରହ୍ମାକୁମାରୀ ଈଶ୍ବରୀୟ ବିଶ୍ବବିଦ୍ଯାଳୟର ସୁବର୍ଣ୍ଣ ଜୟନ୍ତୀ କାର୍ଯ୍ୟକ୍ରମରେ ଯୋଗଦେବେ। ୨ତାରିଖରେ ସମ୍ବଲପୁର ଗସ୍ତ କରି କଦଳୀଗଡ଼ ଓ ରେଢାଖୋଲରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ ରାଷ୍ଟ୍ରପତି। ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।