ସାଧାରଣତନ୍ତ୍ର ଦିବସ ପୂର୍ବରୁ ଦେଶବାସୀଙ୍କୁ ସମ୍ବୋଧନ କଲେ ରାଷ୍ଟ୍ରପତି

1 min read

ନୂଆଦିଲ୍ଲୀ: ସାଧାରଣତନ୍ତ୍ର ଦିବସ ପୂର୍ବରୁ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ନିଜ ଅଭିଭାଷଣ ଆରମ୍ଭରେ ରାଷ୍ଟ୍ରପତି ସ୍ବାଧୀନତା ସଂଗ୍ରାମୀ ଓ ସହିଦ ସୈନିକମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ । ଗତ ବର୍ଷ ଭାରତ ବିଶ୍ୱର ପଞ୍ଚମ ବୃହତ୍ତମ ଅର୍ଥନୀତିରେ ପରିଣତ ହୋଇଥିଲା । ଅର୍ଥନୈତିକ ଅନିଶ୍ଚିତତାରେ ପରିପୂର୍ଣ୍ଣ ବିଶ୍ୱ ସଙ୍କଟର ପୃଷ୍ଠଭୂମିରେ ଏହି ସଫଳତା ହାସଲ କରାଯାଇଛି ।

ସେହିପରି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦେଶର ନୂତନ ଜାତୀୟ ଶିକ୍ଷାନୀତିକୁ ପ୍ରଶଂସା କରିଛନ୍ତି । ସେ କହିଛନ୍ତି ଯେ ଜାତୀୟ ଶିକ୍ଷା ନୀତି ଏକବିଂଶ ଶତାବ୍ଦୀରେ ଶିକ୍ଷାର୍ଥୀମାନଙ୍କୁ ପ୍ରସ୍ତୁତ କରିବ । ଏଥିସହ ବାବାସାହେବ ଆମ୍ବେଦକରଙ୍କ ନିକଟରେ ଦେଶବାସୀ ଋଣି ବୋଲି କହିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଚଳିତବର୍ଷ ଜି-୨୦ରେ ଭାରତର ଅଧ୍ୟକ୍ଷତା ନେଇ ଖୁସି ବ୍ୟକ୍ତି କରିଛନ୍ତି ରାଷ୍ଟ୍ରପତି ।