spot_img

Latest Posts

ଆଜି ପାଲଲହଡ଼ା ଗସ୍ତରେ ଯିବେ ରାଷ୍ଟ୍ରପତି

ମୟୂରଭଞ୍ଜ: ଜନ୍ମମାଟିରେ ମହାମହିମ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ତିନିଦିନିଆ ଓଡ଼ିଶା ଗସ୍ତର ମଙ୍ଗଳବାର ଦ୍ବିତୀୟ ଦିନ  । ଗତାକାଲିଠୁ ରାଷ୍ଟ୍ରପତି ମୟୂରଭଞ୍ଜ ଗସ୍ତରେ ଥିବାବେଳେ ଆଜି ସକାଳ ୮ଟାରେ ବାସଭବନରୁ ବାହାରି ଶାଶୂଘର ପାହାଡ଼ପୁର ଯିବେ । ସେଠାରେ ଦକ୍ଷତା ବିକାଶ ତାଲିମ କେନ୍ଦ୍ରର ଉଦଘାଟନ କରିବେ। ପରେ ଏସଏଲଏସ ସ୍କୁଲ ପରିଦର୍ଶନ ସହ ସ୍ବାମୀ ଶ୍ୟାମଚରଣ ମୁର୍ମୁଙ୍କ ପ୍ରତିମୂର୍ତ୍ତିରେ ପୁଷମାଲ୍ୟ ଅର୍ପଣ କରିବେ । ଏହାପରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରି ଅଞ୍ଚଳବାସୀଙ୍କ ସହ ଆଲୋଚନା କରିବେ। ସେଠାରୁ ବାଦାମପାହାଡ଼ ରେଳ ଷ୍ଟେସନରେ ନୂତନ ଭାବେ ଟାଟାନଗର-ବାଦାମପାହାଡ ମେମୁ ଟ୍ରେନ, ବାଦାମପାହାଡ-ରାଉରକେଲା ଏକ୍ସପ୍ରେସ ଓ ଶାଲିମାର- ବାଦାମପାହାଡ଼ ଏକ୍ସପ୍ରେସ ଟ୍ରେନର ଶୁଭାରମ୍ଭ କରିବେ।

ଏଥିସହ ବାଦାମପାହାଡ଼ ଅମୃତ ରେଳଷ୍ଟେସନର ଶିଳାନ୍ୟାସ କରିବେ। ପରେ ରାଇରଙ୍ଗପୁର ଡାକ ଡିଭିଜନ୍ ଉଦଘାଟନ କରିବା ସହ ବିଭିନ୍ନ କାର୍ଯ୍ୟକ୍ରମରେ ଭିଡିଓ କନଫରେନ୍ସିଂ ଯୋଗେ ଯୋଡ଼ି ହେବାର କାର୍ଯ୍ୟକ୍ରମ ରହିଛି। ବାଦାମପାହାଡ଼ରୁ ରାଇରଙ୍ଗପୁର ରେଳ ଷ୍ଟେସନକୁ ଟ୍ରେନ ଯୋଗେ ଯାତ୍ରା କରି ସେଠାରୁ ହେଲିକପ୍ଟର ଯୋଗେ ସମ୍ୱଲପୁର ଅଭିମୁଖେ ଯାତ୍ରା କରିବେ। ସନ୍ଧ୍ୟା ୫ଟା ୪୫ରେ ସେ ମା’ ସମଲେଶ୍ବରୀ ମନ୍ଦିରକୁ ଯାଇ ପୂଜାର୍ଚ୍ଚନା କରିବେ। କାଲି ରାଷ୍ଟ୍ରପତି ସମ୍ବଲପୁରଠାରେ ବ୍ରହ୍ମକୁମାରୀ ସଂସ୍ଥାଦ୍ବାରା ଆୟୋଜିତ ଜାତୀୟ ଶିକ୍ଷା ଅଭିଯାନ- ନୂଆ ଭାରତ ପାଇଁ ନୂଆ ଶିକ୍ଷାକୁ ଶୁଭାରମ୍ଭ କରିବେ। ଏହାପରେ ସେଠାରୁ ଆନ୍ଧ୍ରପ୍ରଦେଶର ପୁଟ୍ଟପର୍ତ୍ତି ଗସ୍ତ କରିବେ ।

Latest Posts

Don't Miss