ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର: ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ବାୟୁସେନାର ସ୍ୱତନ୍ତ୍ର ବିମାନରେ ପହଞ୍ଚିଲେ ରାଷ୍ଟ୍ରପତି । ନିର୍ଦ୍ଧାରିତ ସମୟ ପୂର୍ବରୁ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଲେ ମ୍ୟାଡମ ପ୍ରେସିଡେଣ୍ଟ । ୨ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି । ବିମାନ ବନ୍ଦରରେ ଭବ୍ୟ ସ୍ୱାଗତ ଜଣାଇଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ ।

ବିମାନ ବନ୍ଦରରୁ ବାହାରି କଡ଼ା ସୁରକ୍ଷା ବଳୟ ମଧ୍ୟରେ ଉତ୍କଳ ମଣ୍ଡପରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଉତ୍କଳ ମଣ୍ଡପରେ ଜ୍ଞାନପ୍ରଭା ମିଶନର ପ୍ରତିଷ୍ଠା ଉତ୍ସବରେ ଯୋଗ ଦେଲେ । ଏହି କାର୍ଯ୍ୟକ୍ରମରେ ରାଜ୍ୟର ବିଭିନ୍ନ ଜିଲ୍ଲାରୁ ୫ ହଜାର ନିମନ୍ତ୍ରିତ ଅତିଥି ଯୋଗ ଦେଇଛନ୍ତି । ଏହାପରେ ରାଷ୍ଟ୍ରପତି ମଧ୍ୟାହ୍ନ ଭୋଜନ ପାଇଁ ରାଜଭବନ ଯିବେ । ପରେ ଅପରାହ୍ମ ୪ଟା ୫ରେ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ କାର୍ଯ୍ୟକ୍ରମକୁ ଯିବେ ମହାମହିମ ।