ନନ୍ଦିଘୋଷ ବ୍ୟୁରୋ : ଆଜିଠୁ ୬ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସଂଧ୍ୟ ୬ଟା ୩୦ରେ ଭୁବନେଶ୍ବର ବିମାନ ବନ୍ଦରରେ ଅବତରଣ ପରେ ଲୋକ ଭବନରେ ରାତ୍ରୀଯାପନ କରିବେ । ଆସନ୍ତା କାଲି ସକାଳୁ ଯାଜପୁର ଯାଇ ୯ଟା ୫୦ରେ ମାଆ ବିରଜାଙ୍କ ମନ୍ଦିରରେ ପହଞ୍ଚି ଦର୍ଶନ କରିବେ ମହାମହିମ । ୧୦ଟାରେ ନାଭିଗୟାରେ ପହଞ୍ଚି ପିଣ୍ଡଦାନ କରିବେ । ସେଠାରୁ ବାହାରି ଅପରାହ୍ନ ୧୨ ଟା ୪୦ରେ ବାଲେଶ୍ବର ଫକୀର ମୋହନ ବିଶ୍ବ ବିଦ୍ଯାଳୟ ପହଞ୍ଚିବେ ରାଷ୍ଟ୍ରପତି । ବିଶ୍ବ ବିଦ୍ୟାଳୟର ଦ୍ବାଦଶ ସମାବର୍ତ୍ତନ ଉତ୍ସବରେ ଯୋଗ ଦେଇ ସଂଧ୍ଯା ୬ଟା ସୁଦ୍ଧା ପୁରୀ ତାଳବଣିଆ ହେଲିପ୍ଯାଡରେ ପହଞ୍ଚିବେ । ପୁରୀ ଲୋକ ଭବନ ଯାଇ ରାତ୍ରୀଯାପନ କରିବେ । ୪ ତାରିଖରେ ଶ୍ବେତଗଙ୍ଗାରେ ପିଣ୍ଡଦାନ କରିବା ପରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବେ ରାଷ୍ଟ୍ରପତି । ୪ ତାରିଖ ରାଇରଙ୍ଗପୁର ଗସ୍ତ କରି ମହୁଲଡିହା ହଲିଡେ ହୋମର ଉଦଘାଟନ କରିବେ । ସରକାରୀ ବାଳିକା ହାଇସ୍କୁଲ କାର୍ଯ୍ଯକ୍ରମରେ ଯୋଗ ଦେଇ ବାଇଦପୋଷିରେ ଏକ ସ୍ପୋର୍ଟ କମ୍ପ୍ଲେକ୍ସ ଉଦଘାଟନ କରିବେ । ରାଇରଙ୍ଗପୁର ଅତିଥି ଭବନରେ ରାତ୍ରୀ ଯାପନ ପରେ ୫ ତାରିଖରେ ରାଇରଙ୍ଗପୁର ଜଗନ୍ନାଥ ମନ୍ଦିରରେ ଦର୍ଶନ କରି ମୟୂରଭଞ୍ଜ ଶିମିଳପାଳ ଅଭୟାରଣ୍ୟ ଯାଇ ସେଠାରେ ରାତ୍ରୀ ଯାବନ କରିବେ । ୬ ତାରିଖରେ ଶିମିଳିପାଳ ଏକ ଟ୍ରାଇବାଲ କମ୍ୟୁନିଟି ଉଦଘାଟନ ପରେ ଭୁବନେଶ୍ବର ଫେରିବେ ରାଷ୍ଟ୍ରପତି । ଭୁବନେଶ୍ବର ବ୍ଲାକ ଶ୍ବାନ ସମ୍ମିଟ ରେ ଯୋଗ ଦେବେ ରାଷ୍ଟ୍ରପତି । ଭୁବନେଶ୍ବର ଲୋକ ଭବନରେ ରାତ୍ରୀ ଯାପନ ପରେ ୭ ତାରିଖ ୯ଟା ୨୦ରେ ଛତିଶଗଡ଼ ଯିବେ । ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥ କଡ଼ାକଡ଼ି କରାଯାଇଛି ।

