ନନ୍ଦିଘୋଷ ବ୍ୟୁରୋ: ବାଲେଶ୍ବରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଅପରାହ୍ନ ୧୨ ଟା ୪୦ରେ ଫକୀର ମୋହନ ବିଶ୍ବ ବିଦ୍ଯାଳୟ ପହଞ୍ଚିବେ ମହାମହିମ । ବିଶ୍ବବିଦ୍ୟାଳୟର ଦ୍ବାଦଶ ସମାବର୍ତ୍ତନ ଉତ୍ସବରେ ଯୋଗ ଦେଇ ସଂଧ୍ଯା ୬ଟା ସୁଦ୍ଧା ପୁରୀ ତାଳବଣିଆ ହେଲିପ୍ଯାଡରେ ପହଞ୍ଚିବେ । ପୁରୀ ଲୋକ ଭବନ ଯାଇ ରାତ୍ରୀଯାପନ କରିବେ । ଆସନ୍ତା କାଲି ଶ୍ବେତଗଙ୍ଗାରେ ପିଣ୍ଡଦାନ କରିବା ପରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବେ ରାଷ୍ଟ୍ରପତି । ୪ ତାରିଖ ରାଇରଙ୍ଗପୁର ଗସ୍ତ କରି ମହୁଲଡିହା ହଲିଡେ ହୋମର ଉଦଘାଟନ କରିବେ । ସରକାରୀ ବାଳିକା ହାଇସ୍କୁଲ କାର୍ଯ୍ଯକ୍ରମରେ ଯୋଗ ଦେଇ ବାଇଦପୋଷିରେ ଏକ ସ୍ପୋର୍ଟ କମ୍ପ୍ଲେକ୍ସ ଉଦଘାଟନ କରିବେ ।
ରାଇରଙ୍ଗପୁର ଅତିଥି ଭବନରେ ରାତ୍ରୀ ଯାପନ ପରେ ୫ ତାରିଖରେ ରାଇରଙ୍ଗପୁର ଜଗନ୍ନାଥ ମନ୍ଦିରରେ ଦର୍ଶନ କରି ମୟୂରଭଞ୍ଜ ଶିମିଳପାଳ ଅଭୟାରଣ୍ଯ ଯାଇ ସେଠାରେ ରାତ୍ରୀ ଯାବନ କରିବେ । ୬ ତାରିଖରେ ଶିମିଳିପାଳ ଏକ ଟ୍ରାଇବାଲ କମ୍ଯୁନିଟି ଉଦଘାଟନ ପରେ ଭୁବନେଶ୍ବର ଫେରିବେ ରାଷ୍ଟ୍ରପତି । ଭୁବନେଶ୍ବର ବ୍ଲାକ ଶ୍ବାନ ସମ୍ମିଟରେ ଯୋଗ ଦେବେ ରାଷ୍ଟ୍ରପତି । ଭୁବନେଶ୍ବର ଲୋକ ଭବନରେ ରାତ୍ରୀ ଯାପନ ପରେ ୭ ତାରିଖ ୯ଟା ୨୦ରେ ପ୍ରତ୍ଯାବର୍ତ୍ତନ କରିବେ ରାଷ୍ଟ୍ରପତି ।

