spot_img

Latest Posts

ଆଜି ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ; କରିବେ ନୀଳମାଧବ ଦର୍ଶନ ..

ଭୁବନେଶ୍ବର: ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଭୁବନେଶ୍ବରରେ ପହଞ୍ଚିବା ପରେ ଯିବେ ନୟାଗଡ କଣ୍ଟିଲୋ । ଏଥିପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି । ରାଷ୍ଟ୍ରପତି ଅପରାହ୍ଣ ସାଢେ ୧ଟା ସମୟରେ ପ୍ରଥମେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ। ସେଠାରୁ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ କଣ୍ଟିଲୋ ନୀଳମାଧବ ମନ୍ଦିର ଗସ୍ତ କରିବେ। ସେଠାରେ ପୂଜା କରିବା ପରେ ଅନ୍ୟ କାର୍ଯ୍ୟକ୍ରମରେ ଯୋଗଦେବେ। କଣ୍ଟିଲୋ ନୀଳମାଧବଙ୍କ ଦର୍ଶନ କରିବା ପରେ ଜଗନ୍ନାଥ ସଂସ୍କୃତିର ମୂଳପୀଠ ତଥା ଭାପୁର ବ୍ଲକ ଅଧୀନ କାଳିଆପଲ୍ଲୀ ଜଙ୍ଗଲ ମଧ୍ୟରେ ଶବର ରାଜା ବିଶ୍ବାବସୁ ଓ ଲଲିତାଙ୍କ ଜନ୍ମମାଟି ପରିଦର୍ଶନ କରିବେ।

ଏହାପରେ କାଳିଆପଲ୍ଲୀ ଗ୍ରାମରେ ଥିବା ଶବର ରାଜା ବିଶ୍ବାବସୁଙ୍କ ପୀଠ ପରିଦର୍ଶନ କରିବା ସହ ବିଶ୍ବଶାନ୍ତି ମହାଯଜ୍ଞର ପୂର୍ଣ୍ଣାହୁତି କାର୍ଯ୍ୟକ୍ରମରେ ଯୋଗଦେବେ। ଶେଷରେ ବିଶ୍ବାବସୁ ଶବର ସମାଜ ଦ୍ବାରା ଆୟୋଜିତ ସାଧାରଣ ସଭାରେ ଯୋଗଦେବେ। ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଆଇନଶୃଙ୍ଖଳା ବ୍ୟବସ୍ଥା, ଅସ୍ଥାୟୀ ହେଲିପ୍ୟାଡ ଓ ଅନ୍ୟାନ୍ୟ ବ୍ୟବସ୍ଥା ପରିଚାଳନା ନେଇ ସ୍ଥିତି ସମୀକ୍ଷା କରିଛନ୍ତି ନୟାଗଡ଼ ଜିଲାପାଳ ଓ ଏସ୍‌ପି। ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯିବା ସହ କାରକେଡ ବ୍ୟବସ୍ଥା କଡାକଡି କରାଯାଇଛି। ୧୨ ପ୍ଲାଟୁନ୍ ଫୋର୍ସ ସହ ୩ DCP ସୁରକ୍ଷା ଦାୟିତ୍ବରେ ରହିବେ।

Latest Posts

Don't Miss