ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ଲାଟିନମ୍ ଜୁବଲି ଉତ୍ସବରେ ଯୋଗଦେବେ ରାଷ୍ଟ୍ରପତି

1 min read

ଭୁବନେଶ୍ୱର(ଶତ୍ରୁଘ୍ନ ବିଶ୍ୱାଳ): ଓଡ଼ିଶା ଆସିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଆସନ୍ତା ଡିସେମ୍ବର ୮ ତାରିଖରେ ରାଷ୍ଟ୍ରପତି କୋବିନ୍ଦ ଓଡ଼ିଶା ଗସ୍ତରେ ଆସିବେ । ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ଲାଟିନମ୍ ଜୁବଲି ଉତ୍ସବରେ ଯୋଗଦେବେ । ରାଷ୍ଟ୍ରପତିଙ୍କ ବାଣୀବିହାର ଗସ୍ତ ନେଇ ଉଚ୍ଚଶିକ୍ଷା ମନ୍ତ୍ରୀ ଡକ୍ଟର ଅରୁଣ ସାହୁ ସୂଚନା ଦେଇଛନ୍ତି । ରାଷ୍ଟ୍ରପତିଙ୍କ ସମେତ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ଏବଂ କେନ୍ଦ୍ରମନ୍ତ୍ରୀ ବିଶ୍ୱବିଦ୍ୟାଳୟର ପ୍ଲାଟିନମ୍‌ ଜୁବଲି ଉତ୍ସବରେ ଯୋଗଦେବେ ।

FILE PHOTO
FILE PHOTO

ଶନିବାର ଏହି ଉତ୍ସବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାଟନ କରିଥିଲେ । ଆଜି ଉତ୍ସବର ଦ୍ୱିତୀୟ ଦିନରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ସେ ମଧ୍ୟ ଏହି ବିଶ୍ୱବିଦ୍ୟାଳୟର ପୁରାତନ ଛାତ୍ର । ଉତ୍କଳ ବିଶ୍ୱବିଦ୍ୟାଳୟକୁ ବିଶ୍ୱସ୍ତରୀୟ କରିବାକୁ ଆଲୁମନି କର୍ପସ ଫଣ୍ଡ ଗଠନ ପାଇଁ ଧର୍ମେନ୍ଦ୍ର ପରାମର୍ଶ ଦେଇଛନ୍ତି । ଏଥିସହ କେନ୍ଦ୍ରମନ୍ତ୍ରୀ ତାଙ୍କର ବର୍ଷକର ଦରମା ଦେଇଛନ୍ତି ।ବିଶ୍ୱବିଦ୍ୟାଳୟର ଭିତ୍ତିଭୂମି ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ୧୦୦ କୋଟି ଟଙ୍କା ଘୋଷଣା କରିଛନ୍ତି । ଏକାଡେମିକ୍‌ ଏବଂ ରିସର୍ଚ୍ଚ ପାଇଁ ଆହୁରି ୧୦୦ କୋଟି ଟଙ୍କା ଯୋଗାଡ଼ କରିବେ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି । ବିଶ୍ୱବିଦ୍ୟାଳୟର ପ୍ଲାଟିନମ ଜୁବଲି ଉତ୍ସବକୁ ରାଷ୍ଟ୍ରପତି ଆସୁଥିବାରୁ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି ।

Leave a Reply