ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ କାର୍ଯ୍ୟକ୍ରମରେ ମହାମହିମ ରାଷ୍ଟ୍ରପତି

ଭୁବନେଶ୍ୱର: ରମାଦେବୀ ମହିଳା ବିଶ୍ବବିଦ୍ୟାଳୟର ସମାବର୍ତ୍ତନ କାର୍ଯ୍ୟକ୍ରମରେ ମହାମହିମ ରାଷ୍ଟ୍ରପତି ଦୌପଦୀ ମୁର୍ମୁ । ଉତ୍ସବରେ ରାଷ୍ଟ୍ରପତି ଦେବେ ଦୀକ୍ଷାନ୍ତ ଭାଷଣ । ଏହି ଅବସରରେ ୨୨ ଜଣଙ୍କୁ ସ୍ବର୍ଣ୍ଣପଦକ ଓ ୪ ଜଣଙ୍କୁ ସମ୍ମାନ ସୂଚକ ଡିଲିଟ୍ ଉପାଧି ପ୍ରଦାନ କରାଯିବ । ଏହାସହ ୭ ହଜାର ୪୩୦ ଜଣ ଛାତ୍ରୀଙ୍କୁ ମିଳିବ ଡିଗ୍ରୀ ସାର୍ଟିଫିକେଟ । ପଦ୍ମଶ୍ରୀ ପୁରସ୍କାରପ୍ରାପ୍ତ ପୂର୍ଣ୍ଣମାସି ଜାନି, ପଦ୍ମଶ୍ରୀ ଶ୍ରୀମତୀ ସୁନିଥା କ୍ରିଷ୍ଣନ, ପଦ୍ମଶ୍ରୀ ଡ଼. ଅରୁଣା ମହାନ୍ତିଙ୍କୁ ଡିଲିଟ୍ ଉପାଧି ମିଳିବ ।

କାର୍ଯ୍ୟକ୍ରମରେ ରାଷ୍ଟ୍ରପତିଙ୍କ ୩୦ଜଣ ସହପାଠୀନୀ ଉପସ୍ଥିତ ରହିବେ । ଆସନ୍ତାକାଲି ସକାଳ ୯ଟା ୧୦ମିନିଟରେ ପ୍ରଭୁ ଲିଙ୍ଗରାଜଙ୍କ ମନ୍ଦିର ଯାଇ ଦର୍ଶନ କରିବେ ମହାମହିମ । ପରେ କଟକ ଗସ୍ତ କରି ବିଦ୍ୟାଧରପୁର ସ୍ଥିତ ଧାନ ଗବେଷଣା ପ୍ରତିଷ୍ଠାନରେ ଆୟୋଜିତ ଦ୍ବିତୀୟ ଜାତୀୟ ଧାନ କଂଗ୍ରେସ ସମ୍ମିଳନୀକୁ ଉଦଘାଟନ କରିବେ ରାଷ୍ଟ୍ରପତି ।