ଭୁବନେଶ୍ୱରରେ ରାଷ୍ଟ୍ରପତି: ସ୍ୱାଗତ କଲେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର: ବିମାନବନ୍ଦରରେ ପହଁଚିଛନ୍ତି ରାଷ୍ଟ୍ରପତି ରାମନାଥ କୋଭିନ୍ଦ । ରାଷ୍ଟ୍ରପତି ତିନି ଦିନିଆ ଓଡିଶା ଗସ୍ତରେ ଆସିଥିବାବେଳେ ସନ୍ଧ୍ୟାରେ ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଁଚିଛନ୍ତି । ବିମାନ ବନ୍ଦରରେ ପହଁଚିବା କ୍ଷଣି ରାମନାଥ କୋବିନ୍ଦଙ୍କୁ ରାଜ୍ୟପାଳ ପ୍ରଫେସର ଗଣେଣୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସ୍ବାଗତ କରିଛନ୍ତି ।

ରାଷ୍ଟ୍ରପତିଙ୍କ ଓଡିଶା ଗସ୍ତକୁ ନେଇ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ସେପଟେ ଆଜି ରାଜଭବନରେ ରାତ୍ରି ଯାପନ କରିବେ ରାଷ୍ଟ୍ରପତି । ଆସନ୍ତାକାଲି ଅର୍ଥାତ ୨୨ ତାରିଖରେ ପୁରୀ ଯାଇ ଜଗନ୍ନାଥଙ୍କୁ ଦର୍ଶନ କରିବେ ଏବଂ ପରେ କୋଣାର୍କ ଯାଇ ସୂର୍ଯ୍ୟମନ୍ଦିର ପରିଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି । ସେହିପରି  ରାଉରକେଲା ତିନି  ଦିନିଆ  ଗସ୍ତ ଅବସରରେ ଏନଆଇଟିର ସମାବର୍ରତ୍ତନ ଉତ୍ସବରେ ରାଷ୍ଟ୍ରପତି ଯୋଗଦେବାର କାର୍ଯ୍ୟକ୍ରମ ମଧ୍ୟ ରହିଛି ।

Leave a Reply