ପାଇକ ବିଦ୍ରୋହ ସ୍ମାରକର ଶିଳାନ୍ୟାସ କଲେ ରାଷ୍ଟ୍ରପତି

ଖୋର୍ଦ୍ଧା ଜିଲ୍ଲା ବରୁଣେଇର ପାଦ ଦେଶରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ପାଇକ ବିଦ୍ରୋହ ସ୍ମାରକର ଶିଳାନ୍ୟାସ କରିଛନ୍ତି । ପାଇକ ମେମୋରିଆଲ ଫାଉଣ୍ଡେସନ ପକ୍ଷରୁ ଏଠାରେ ନିର୍ମାଣ କରାଯିବ ପାଇକ ବିଦ୍ରୋହ ସ୍ମାରକୀ ।  ଏହି  କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଧର୍ମପତ୍ନୀ ସବିତା କୋବିନ୍ଦ, ଓଡ଼ିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ଆନ୍ଧ୍ର ପ୍ରଦେଶର ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ, ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ପେଟ୍ରୋଲିୟମ୍‌ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ,  କେନ୍ଦ୍ର ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ପ୍ରହ୍ଲାଦ ସିଂହ ପଟେଲ, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡ଼ଙ୍ଗୀ, ରାଜ୍ୟ ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ପ୍ରମୁଖ ଉପସ୍ଥିତ ଅଛନ୍ତି।

Leave a Reply