ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ସହ ଫୋନରେ କଥାହେଲେ ରାଷ୍ଟ୍ରପତି
1 min readଭୁବନେଶ୍ୱର: ‘ଅମ୍ଫାନ’ ପ୍ରଭାବରେ ଉପକୂଳ ଓଡ଼ିଶା ସହ ପଶ୍ଚିମବଙ୍ଗ ବ୍ୟାପକ ଭାବେ ପ୍ରଭାବିତ ହୋଇଛି । ରାଜ୍ୟର ଏଭଳି ଦୁଃସମୟରେ ସାହାସ ଦେଇଛନ୍ତି ରାଷ୍ଟ୍ରପତି । ରାଷ୍ଟ୍ରପତି ଫୋନ୍ ଯୋଗେ ଓଡ଼ିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ କଥା ହୋଇଛନ୍ତି । ଘୂର୍ଣ୍ଣିଝଡ଼ ‘ଅମ୍ଫାନ’ ଯୋଗୁଁ ହୋଇଥିବା କ୍ଷୟକ୍ଷତି ପରିପ୍ରେକ୍ଷୀରେ ଲୋକମାନଙ୍କ ସୁରକ୍ଷା ବିଷୟରେ ଚିନ୍ତା ପ୍ରକଟ କରିଛନ୍ତି ।
मैंने आज ओडिशा के राज्यपाल प्रोफेसर गणेशी लाल और मुख्यमंत्री नवीन पटनायक के साथ बात की और अम्फान चक्रवात के कारण हुई तबाही के मद्देनजर लोगों के कुशल-क्षेम के बारे में अपनी चिंता व्यक्त की।
— President of India (@rashtrapatibhvn) May 22, 2020
ସଙ୍କଟ କାଳରେ ପ୍ରଭାବିତ ଲୋକମାନଙ୍କୁ ସମସ୍ତ ସମ୍ଭାବ୍ୟ ସହାୟତା ଯୋଗାଇଦେବା ଲାଗି ଦେଶ ଏକାଠି ହୋଇଛି । ପ୍ରଭାବିତ ଅଞ୍ଚଳ ବିପତ୍ତିରୁ ଖୁବଶୀଘ୍ର ଦୃଢତାର ସହିତ ମୁକୁଳିବ ବୋଲି ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆଶାପ୍ରକଟ କରିଛନ୍ତି ।
I spoke with the Governor of Odisha, Prof. Ganeshi Lal, and Chief Minister Naveen Patnaik, today and expressed my concern about people’s well-being in the wake of devastation caused by Cyclone Amphan.
— President of India (@rashtrapatibhvn) May 22, 2020
ଏଥିସହ ରାଷ୍ଟ୍ରପତି ରାମନାଥ କୋବିନ୍ଦ ପଶ୍ଚିମବଙ୍ଗ ରାଜ୍ୟପାଳ ଜଗଦପୀ ଢଙ୍କର ଓ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହ କଥା ହୋଇଛନ୍ତି । ରାଜ୍ୟରେ ହୋଇଥିବା କ୍ଷୟକ୍ଷତି ଓ ବର୍ତ୍ତମାନର ସ୍ଥିତି ବିଷୟରେ ପଚାରି ବୁଝିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ ।