ମହାପ୍ରଭୁଙ୍କୁ ଦର୍ଶନ କରିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ରାସ୍ତା ପାର୍ଶ୍ୱର ଦୋକାନ ବନ୍ଦ

1 min read

ଭୁବନେଶ୍ୱର: ଆଜି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କୁ ଦର୍ଶନ କରିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ସକାଳ ୯ଟା ୫ ମିନିଟରେ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି । ରାଷ୍ଟ୍ରପତିଙ୍କ ଗସ୍ତ ପୂର୍ବରୁ ପୁରୀରେ ସୁରକ୍ଷା ବ୍ୟବସ୍ଥା  ଯାଞ୍ଚ କରିଛନ୍ତି ଅତିରିକ୍ତ ଡିଜି ଯଶୱନ୍ତ ଜେଠୱା । କାର୍‌କେଡ୍ ମକ୍‌ଡ୍ରିଲ ସହ ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥା ଅନୁଧ୍ୟାନ କରିଛନ୍ତି । ରାଷ୍ଟ୍ରପତି ଶ୍ରୀମନ୍ଦିରରେ ଥିବା ଯାଏଁ ସେବାୟତମାନେ ଉପସ୍ଥିତ ରହିବେ । ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ୪୦ ପ୍ଲାଟୁନ ଫୋର୍ସ ସମେତ ୨୫୦ ପୋଲିସ ଅଧିକାରୀ, ୧୩ ଜଣ ବରିଷ୍ଠ ପୋଲିସ ଅଧିକାରୀ ନିୟୋଜିତ ହେବେ । ସେପଟେ ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ବଡ଼ଦାଣ୍ଡର ମେଡିକାଲ ଛକରୁ ଶ୍ରୀମନ୍ଦିର ପର୍ଯ୍ୟନ୍ତ ରାସ୍ତାର ଉଭୟ ପାର୍ଶ୍ୱର ସମସ୍ତ ଦୋକାନ ଓ ଉଠା ଦୋକାନ ବନ୍ଦ ରହିବ  । ସକାଳ ୧୦ଟା ୪୫ ମିନିଟରେ କୋଣାର୍କ ଯାଇ ସୂର୍ଯ୍ୟ ମନ୍ଦିର ପରିଦର୍ଶନ କରିବା କାର୍ଯ୍ୟକ୍ରମ ରହିଛି  । ପରେ ୧୧ଟା ୨୦ରୁ ୧୨ଟା ଯାଏଁ ଆଇଓସିଏଲ ଵ୍ୟାଖ୍ୟାନ ପରିଦର୍ଶନ କରିବେ । ୧୨ଟା ୫ ମିନିଟରେ କୋଣାର୍କ ଓଟିଡିସି ଯାତ୍ରୀନିବାସରେ ମଧ୍ୟାହ୍ନ ଭୋଜନ ଓ ବିଶ୍ରାମ ବ୍ୟବସ୍ଥା ହୋଇଛି  । ଅପରାହ୍ନ ୪ ଟାରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ କୋଣାର୍କରୁ ହେଲିକପ୍ଟର ଯୋଗେ ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରିବେ ।

ଏଥିସହିତ ପଢ଼ନ୍ତୁ: ଉଦ୍‌ଘାଟିତ ହେଲା IGH ସୁପର ସ୍ପେସିଆଲିଟି ହସ୍‌ପିଟାଲ, ରହିବ ସମସ୍ତ ଗୁରୁତ୍ୱପୂର୍ଣ୍ଣ ବିଭାଗ

Leave a Reply