ସପତ୍ନୀକ ମହାପ୍ରଭୁଙ୍କ ଦର୍ଶନ କଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ

ପୁରୀ: ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ସୋମବାର ସକାଳେ ପୁରୀ ଆସି ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ତାଙ୍କ ସହ ରାଷ୍ଟ୍ରପତିଙ୍କ ପତ୍ନୀ ସବିତା କୋବିନ୍ଦ ମଧ୍ୟ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି । ଶ୍ରୀମନ୍ଦିରରେ ପହଞ୍ଚିବା ପରେ ସିଂହଦ୍ବାର ନିକଟରେ ସ୍ବାଗତ କରିଥିଲେ ଗଜପତି ଦିବ୍ୟସିଂହ ଦେବ ।

ପରେ କୌଳିକ ସେବାୟତ ରାଷ୍ଟ୍ରପତିଙ୍କୁ ମନ୍ଦିର ଭିତରକୁ ନେଇ ଦର୍ଶନ କରାଇଥିଲେ । ଶ୍ରୀମନ୍ଦିର ଭିତରେ ମା’ ବିମଳା ଓ ଲକ୍ଷ୍ମୀଙ୍କୁ ଦର୍ଶନ କରିଥିଲେ ରାଷ୍ଟ୍ରପତି । ଏହି ସମୟରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ରାଷ୍ଟ୍ରପତିଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ମହାପ୍ରଭୁଙ୍କ ଫଟୋ ଚିତ୍ରକୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରଦାନ କରାଯାଇଛି । ଏଥିସହିତ ୧ ଲକ୍ଷ ଟଙ୍କା  ଚେକ୍ ଆକାରରେ ଶ୍ରୀମନ୍ଦିର ପ୍ରଶାସନକୁ ପ୍ରଦାନ କରିଛନ୍ତି ।

ଏହାପରେ ତଳବଣିଆ ହେଲିପ୍ୟାଡ୍‌ରୁ କୋଣାର୍କ ଅଭିମୁଖେ ଯାତ୍ରା କରିଛନ୍ତି । ସେଠାରେ ସେ ସୂର୍ଯ୍ୟ ମନ୍ଦିର ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି । ପରେ ୧୧ଟା ୨୦ରୁ ୧୨ଟା ଯାଏଁ ଆଇଓସିଏଲ ବାଖ୍ୟାନ ପରିଦର୍ଶନ କରିବେ । ୧୨ଟା ୫ ମିନିଟରେ କୋଣାର୍କ ଓଟିଡିସି ଯାତ୍ରୀନିବାସରେ ମଧ୍ୟାହ୍ନ ଭୋଜନ ଓ ବିଶ୍ରାମ ବ୍ୟବସ୍ଥା ହୋଇଛି । ଅପରାହ୍ନ ୪ ଟାରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ କୋଣାର୍କରୁ ହେଲିକପ୍ଟର ଯୋଗେ ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରିବେ ।

 

Leave a Reply