ଜୁଲାଇ ୬ରେ ଓଡିଶା ଆସିବେ ରାଷ୍ଟ୍ରପତି
ଭୁବନେଶ୍ବର: ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଜୁଲାଇ ୬ରୁ ୯ ତାରିଖ ଓଡ଼ିଶାରେ ରହିଛି ବିଭିନ୍ନ କାର୍ଯ୍ୟକ୍ରମ। ଏହି ସବୁ କାର୍ଯ୍ୟକ୍ରମରେ ସାମିଲ ହେବା ସହ ରଥଯାତ୍ରାରେ ମଧ୍ୟ ସାମିଲ ହେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ନିର୍ବାଚନ ପରେ ରାଷ୍ଟ୍ରପତିଙ୍କ ଗସ୍ତ କାର୍ଯ୍ୟକ୍ରମ ରହିଛି ।
ଗତ ମାର୍ଚ୍ଚରେ ରାଷ୍ଟ୍ରପତି ବ୍ରହ୍ମପୁର ଗସ୍ତ କରିଥିଲେ। ବ୍ରହ୍ମପୁର ବିଶ୍ଵବିଦ୍ୟାଳୟର ୨୫ତମ ସମାବର୍ତ୍ତନ ଉତ୍ସବରେ ଯୋଗ ଦେଇଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ୩୫ ଛାତ୍ରଛାତ୍ରୀଙ୍କୁ ଗୋଲ୍ଡ ମେଡାଲ ପ୍ରଦାନ ସହ ୪୩ ଛାତ୍ରଛାତ୍ରୀଙ୍କୁ ଡିଲିଟ୍ ଉପାଧି ପ୍ରଦାନ କରିଥିଲେ ରାଷ୍ଟ୍ରପତି। ସମାବର୍ତ୍ତନ ଉତ୍ସବରେ ଉପସ୍ଥିତ ଛାତ୍ରଛ।ତ୍ରୀଙ୍କ ଉଦ୍ଦେଶ୍ୟରେ ଦୀକ୍ଷାନ୍ତ ଭାଷଣ ପ୍ରଦାନ କରିଥିଲେ ରାଷ୍ଟ୍ରପତି।
ସେଠାରୁ କଟକ ଯାଇ ବ୍ରହ୍ମାକୁମାରୀ ଇଶ୍ଵରୀୟ ବିଶ୍ଵବିଦ୍ୟାଳୟର ସ୍ଵର୍ଣ୍ଣ ଜୟନ୍ତୀ ଉତ୍ସବରେ ଯୋଗ ଦେଇଥିଲେ। କଟକ ଓ ସମ୍ବଲପୁରରେ ରାଷ୍ଟ୍ରପତିଙ୍କ ଏକାଧିକ କାର୍ଯ୍ୟକ୍ରମ ରହିଥିଲା। ରାଷ୍ଟ୍ରପତିଙ୍କ ଗସ୍ତ ଲାଗି ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।