କରୋନାକୁ ନେଇ ବିଗୁଡ଼ୁଛି ସ୍ଥିତି, ୨୩ରେ ୭ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା

Prime Minister Narendra Modi To Hold Virtual Discussion With 7 States Chief Ministers On Sept 23

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ି ବଢ଼ି ଚାଲିଛି । ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୫୩ ଲକ୍ଷ ପାର୍ କରିଛି । ଅନ୍ୟପଟେ କରୋନା ମୃତ୍ୟୁସଂଖ୍ୟା ୮୫ ହଜାର ଟପିଛି । କରୋନାର ବିଗୁଡ଼ୁଥିବା ସ୍ଥିତିକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମୀକ୍ଷା କରିବେ । ମୋଦି ପୁଣି ଥରେ ୭ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ବୈଠକରେ ଆଲୋଚନା କରିବେ ବୋଲି ଜଣାପଡ଼ିଛି । ଭିଡିଓ କନଫରେନ୍ସିଂ ମାଧ୍ୟମରେ ଏହି ବୈଠକ ସେପ୍ଟେମ୍ବର ୨୩ ତାରିଖରେ ହେବ ।

Prime Minister Narendra Modi To Hold Virtual Discussion With 7 States Chief Ministers On Sept 23

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କରୋନା ବିଗୁଡ଼ୁଥିବା ସ୍ଥିତିକୁ ନେଇ ଉତ୍ତର ପ୍ରଦେଶ, ଆନ୍ଧ୍ର ପ୍ରଦେଶ ଓ ମହାରାଷ୍ଟ୍ର ସମେତ ୭ଟି ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବେ । ଏଥିରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ସହ କଥାହେବେ ପ୍ରଧାନମନ୍ତ୍ରୀ । ଏହା ପୂର୍ବରୁ ପିଏମ୍ ସଂକ୍ରମଣକୁ ନେଇ ମଧ୍ୟ ମୁଖ୍ୟମନ୍ତ୍ରୀମାନଙ୍କ ସହ ଆଲୋଚନା କରି ସାରିଛନ୍ତି ।

Prime Minister Narendra Modi To Hold Virtual Discussion With 7 States Chief Ministers On Sept 23

ଜୁନ୍ ୧୬ ଓ ୧୭ରେ ଦେଶରେ କରୋନା ସଂକ୍ରମଣକୁ ନେଇ ମୋଦି ମୁଖ୍ୟମନ୍ତ୍ରୀମାନଙ୍କ ସହ ଆଲୋଚନା କରିଥିଲେ । ଜୁନ୍ ୧୬ରେ ପଞ୍ଜାବ, ଆସାମ, କେରଳ, ଉତ୍ତରାଖଣ୍ଡ, ଝାଡ଼ଖଣ୍ଡ, ଛତିଶଗଡ଼, ତ୍ରିପୁରା, ହିମାଚଳ ପ୍ରଦେଶ, ଚଣ୍ଡିଗଡ଼, ଗୋଆ, ମଣିପୁର, ନାଗାଲାଣ୍ଡ, ଲଦାଖ, ପୁଡୁଚେରୀ, ଅରୁଣାଚଳ ପ୍ରଦେଶ, ମେଘାଳୟ, ମିଜୋରାମ, ଆଣ୍ଡାମନ ଓ ନିକୋବର ଭଳି ରାଜ୍ୟ ସହ ଆଲୋଚନା କରିଥିଲେ ପ୍ରଧାନମନ୍ତ୍ରୀ ।

Leave a Reply