ରଥଯାତ୍ରା ଲାଗି ପୁରୀରେ ପୋଲିସର ମକଡ୍ରିଲ; ଶ୍ରୀମନ୍ଦିରରେ ଚାଲିଛି ବନକଲାଗି ନୀତି

ପୁରୀ: ଦୁଇଦିନ ପରେ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା । ଏଥିପାଇଁ ପୁରୀ ରିଜର୍ଭ ପୋଲିସ ଲାଇନ ପଡ଼ିଆରେ ପୋଲିସର ମକଡ୍ରିଲ । ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ ରାଧାକୃଷ୍ଣ ଶର୍ମାଙ୍କ ନେତୃତ୍ୱରେ କରାଯାଉଛି ମକଡ୍ରିଲ । ରଥଟଣା, ଭିଡ଼ ନିୟନ୍ତ୍ରଣ‌ ଓ ଆଇନଶୃଙ୍ଖଳା ବ୍ୟବସ୍ଥା ସମ୍ପର୍କରେ ଦିଆଯାଉଛି ପ୍ରଶିକ୍ଷଣ ।‌ ବରିଷ୍ଠ ପୋଲିସ ଅଧିକାରୀ ଓ ମାଜିଷ୍ଟ୍ରେଟ ଉପସ୍ଥିତ ଅଛନ୍ତି ।

ଅନ୍ୟପକ୍ଷରେ ଆଜି ହେଉଛି ଶ୍ରୀଜିଉଙ୍କ ବନକଲାଗି । ଶ୍ରୀମନ୍ଦିରରେ ଅନୁଷ୍ଠିତ ହେଉଛି ସ୍ୱତନ୍ତ୍ର ନୀତିକାନ୍ତି । ଅଣସରର ଅନ୍ତିମ ଦିନରେ ମହାପ୍ରଭୁଙ୍କ ବନଲାଗି ନୀତି ଅନୁଷ୍ଠିତ ହେଉଛି । କଳା, ଧଳା, ନାଲି, ହରିତାଳ ଆଦି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ ଦତ୍ତ ମହାପାତ୍ର ସେବକ । ଗତକାଲି ମଧ୍ୟ ଚତୁର୍ଦ୍ଦଶୀ ତିଥିରେ ଶ୍ରୀଜିଉଙ୍କ ପୟର ମୁଦା ସହ ବନକ ଲାଗି ନୀତି ହୋଇଥିଲା । ଆସନ୍ତାକାଲି ନବଯୌବନ ବେଶରେ ଦର୍ଶନ ଦେବେ ମହାପ୍ରଭୁ । ଦୁଇବର୍ଷ ପରେ ଭକ୍ତଙ୍କୁ ମିଳିବ ଶ୍ରୀଜିଉଙ୍କ ଦୁର୍ଲଭ ଦର୍ଶନର ସୁଯୋଗ ।

ଏଥିସହିତ ପଢ଼ନ୍ତୁ: ଶୃଙ୍ଖଳିତ ରଥଯାତ୍ରା ପାଇଁ ଡିଜିପିଙ୍କ ଉଚ୍ଚସ୍ତରୀୟ ବୈଠକ