ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଓଢ଼ଣୀ ଷଷ୍ଠୀ

ପୁରୀ: ସୋମବାର ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଓଢ଼ଣୀ ଷଷ୍ଠୀ । ମହାପ୍ରଭୁଙ୍କ ମାନବୀୟ ଲୀଳା ମଧ୍ୟରେ ପ୍ରାବରଣ ଷଷ୍ଠୀ ଉତ୍ସବ ହେଉଛି ଅନ୍ୟତମ ଲୀଳା । ମାର୍ଗଶିର ଶୁକ୍ଳପକ୍ଷ ଷଷ୍ଠୀ ଓଢ଼ଣ ଷଷ୍ଠୀ ନାମରେ ପରିଚିତ । ଏହି ସମୟରୁ ଅଧିକ ଶୀତ ଅନୁଭୂତ ହେଉଥିବାରୁ ମହାପ୍ରଭୁଙ୍କର ଘୋଡଲାଗି ନିତୀ ଅନୁଷ୍ଠିତ ହୋଇଥାଏ |  ଶ୍ରୀକ୍ଷେତ୍ରର ସମସ୍ତ ଦେବାଦେବୀଙ୍କୁ ଘୋଡ଼ଲାଗି ଅନୁଷ୍ଠିତ ହୋଇଥାଏ |  ମହାପ୍ରଭୁ ଏହିଦିନ ନୂତନ ଘୋଡ଼ ପରିଧାନ କରିଥାନ୍ତି। ପ୍ରତିବର୍ଷ ଏହା ନୂତନ ଭାବେ ନିର୍ମିତ କରାଯାଇଥାଏ |ଘୋଡ଼ଲାଗି ଆଜିଠାରୁ ବସନ୍ତ ପଞ୍ଚମୀ ପର୍ଯ୍ୟନ୍ତ ଚାଲିବ । ଶୀତର ପ୍ରକୋପରୁ ବଞ୍ଚିବା ପାଇଁ ମହାପ୍ରଭୁଙ୍କ ଘୋଡ଼ ଲାଗି ନୀତି ଅନୁଷ୍ଠିତ ହୋଇଥାଏ । ଶ୍ରୀମନ୍ଦିରର ପାରମ୍ପରିକ ଦରଜି ସେବାୟତଙ୍କ ଦ୍ଵାରା ଶୀତ ବସ୍ତ୍ର ପ୍ରସ୍ତୁତ କରାଯାଇଛି । ପତନୀ , ଗୀତ ଗୋବିନ୍ଦ ପାଟ ଏବଂ ସୂତା ପାଟରେ ଠାକୁରଙ୍କ ନୂତନ ବସ୍ତ୍ର ତିଆରି କରାଯାଇଛି  ।