ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର, ଜାନୁଆରୀରୁ ନୂଆ ରୂପରେ ଝଲସିବ ପୁରୀ

ପୁରୀ: ଜାନୁଆରୀ ୧୭ରେ ହେବ ପୁରୀ ପରିକ୍ରମା ପ୍ରକଳ୍ପର ପ୍ରତିଷ୍ଠା । ୫ ଦିନ ଧରି ଜାନୁଆରୀ ୧୨ରୁ ପୂଜାର୍ଚ୍ଚନା କରାଯିବ । ଏନେଇ ସୂଚନା ଦେଇଛନ୍ତି ଗଜପତି ମହାରାଜା ଦିବ୍ୟସିଂହ ଦେବ । ସକାଳୁ ଶ୍ରୀ ଜଗନ୍ନାଥ ବଲ୍ଲଭ ପାର୍କିଂ ନିର୍ମାଣ, ଶ୍ରୀସେତୁ ନିର୍ମାଣ ଆଦି କାର୍ଯ୍ୟ ବୁଲି ଦେଖି ଅନୁଧ୍ୟାନ କରିଛନ୍ତି ଗଜପତି ମହାରାଜା ।
ଅଧିକାରୀଙ୍କ ସହିତ ଆଲୋଚନା କରିବା ସହ ନିର୍ମାଣ କାର୍ଯ୍ୟରେ ସନ୍ତୋଷ ପ୍ରକାଶ କରିଥିଲେ । ଗଜପତି ମହାରାଜାଙ୍କ ସହ ପୁରୀ ଜିଲ୍ଲାପାଳ ଓ ଶ୍ରୀମନ୍ଦିର ମୁଖ୍ଯ ପ୍ରଶାସକ ପ୍ରକଳ୍ପ ଅନୁଧ୍ୟାନ କରିଛନ୍ତି ।