ଆଜିଠୁ ତିନି ଦିନ ଧରି ଶ୍ରୀମନ୍ଦିର ରତ୍ନଭଣ୍ଡାରର ହେବ ଯାଞ୍ଚ
1 min readପୁରୀ: ଆଜିଠୁ ୩ ଦିନ ଧରି ଶ୍ରୀମନ୍ଦିର ରତ୍ନଭଣ୍ଡାରର ଯାଞ୍ଚ କରିବ ASIର ସ୍ୱତନ୍ତ୍ର ବୈଷୟିକ ଟିମ। ଶ୍ରୀମନ୍ଦିର ରତ୍ନଭଣ୍ଡାରର ହେବ ରାଡ଼ାର ସର୍ଭେ । ଦିନ ଗୋଟାଏରୁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ଗତ ୧୮ ତାରିଖରେ ASIର ସ୍ୱତନ୍ତ୍ର ବୈଷୟିକ ଟିମ ଦ୍ୱାରା ରତ୍ନଭଣ୍ଡାରର ପ୍ରାରମ୍ଭିକ ଯାଞ୍ଚ ହୋଇଥିଲା । ଲେଜର ସ୍କାନିଂ କରାଯାଇଥିବା ବେଳେ ରାଡ଼ାର ସର୍ଭେ ନେଇ ବୈଷୟିକ ଟିମ ମତ ରଖିଥିଲା। ASIର ଅତିରିକ୍ତ ଡିଜି ଜାହ୍ନଭି ଶର୍ମାଙ୍କ ନେତୃତ୍ୱରେ କରାଯାଇଥିବା ଯାଞ୍ଚ ଅସମ୍ପୂର୍ଣ୍ଣ ରହିଥିଲା । ଶ୍ରୀମନ୍ଦିରରେ ଷୋଳ ପୂଜାକୁ ନଜରରେ ରଖି ଯାଞ୍ଚ କାର୍ଯ୍ୟ ଆଗାମୀ ୨୪ ତାରିଖ ସୁଦ୍ଧା ସାରିବାକୁ ପ୍ରଶାସନ ପକ୍ଷରୁ ନିବେଦନ କରାଯାଇଥିଲା । ଏହାକୁ ଗୁରୁତ୍ବ ଦେଇ ଆଜିଠୁ ତିନି ଦିନ ପର୍ଯ୍ୟନ୍ତ ଯାଞ୍ଚ କରିବାକୁ ସମୟ ଧାର୍ଯ୍ୟ କରାଯାଇଛି । ସମ୍ପୂର୍ଣ୍ଣ ରାଡ଼ାର ସର୍ଭେ ପରେ ଭଣ୍ଡାର ଗୃହର ସଂରକ୍ଷଣ, ମରାମତି ସମ୍ପର୍କରେ ରିପୋର୍ଟ ପ୍ରଦାନ କରିବ ଟିମ୍ । ମହାପ୍ରସାଦ ପାଇଁ ସିଂହଦ୍ୱାର ଦେଇ ପ୍ରବେଶ କରି ଉତ୍ତର ଦ୍ୱାର ପଟେ ପ୍ରସ୍ଥାନ କରିବେ ଶ୍ରଦ୍ଧାଳୁ । ଭଣ୍ଡାର ଘରେ ଗୁପ୍ତ ସୁଡ଼ଙ୍ଗ ପ୍ରସଙ୍ଗରେ ଯାଞ୍ଚ ପରେ ସ୍ପଷ୍ଟ ହୋଇ ପାରିବ । ଅନ୍ୟପକ୍ଷରେ ରିପୋର୍ଟ ମିଳିବ ପରେ ରାଜ୍ୟ ସରକାରଙ୍କ ଅନୁମୋଦିତ ଏସଓପି ଅନୁସାରେ ଶୀଘ୍ର ମରାମତି ସହ ରତ୍ନ ଅଳଙ୍କାରର ଗଣତି ମଣତି କରାଯିବ।