ଆଜି ବସିବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ, ଗଜପତି ମହାରାଜାଙ୍କ ଅଧ୍ୟକ୍ଷତାରେ ହେବ ଆଲୋଚନା

ପୁରୀ: ଆଜି ବସିବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ । ନୀଳାଦ୍ରି ଭକ୍ତ ନିବାସ ସମ୍ମିଳନୀ କକ୍ଷରେ ସକାଳ ସାଢ଼େ ୧୦ଟାରେ ବସିବ ଏହି ବୈଠକ । ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହେବାକୁ ଥିବାବେଳେ, ଏଥିରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଜିଲ୍ଲାପାଳ, ଏସପିଙ୍କ ସମେତ ଶ୍ରୀମନ୍ଦିର କର୍ମଚାରୀ ଓ ପରିଚାଳନା କମିଟିର ସମସ୍ତ ସଦସ୍ୟ ଉପସ୍ଥିତ ରହିବେ । ଏହି ବୈଠକରେ କାର୍ତ୍ତିକ ମାସର ନୀତି ନିର୍ଘଣ୍ଟରେ ମୋହର ବାଜିବା ସହ ମହାପ୍ରଭୁଙ୍କ ଜମି ଜମା ପ୍ରସଙ୍ଗ, ସେବାୟତଙ୍କ ବାସଗୃହ ଯୋଜନା ଓ ଆଦର୍ଶ ଗୁରୁକୁଳ ସମେତ ପୂର୍ବ ପରିଚାଳନା କମିଟି ବୈଠକର ବିବରଣୀ ଅନୁପାଳନ କରାଯିବ । ଏଥିସହ ସଭାପତିଙ୍କ ଅନୁମୋଦନ କ୍ରମେ ଅନ୍ୟାନ୍ୟ ପ୍ରସଙ୍ଗ ନେଇ ଆଲୋଚନା କରାଯିବ ।