spot_img

Latest Posts

ଆସନ୍ତାକାଲିଠାରୁ ପୁଣି ଭିଜିବ ଓଡ଼ିଶା, ଘଡ଼ଘଡ଼ି ବିଜୁଳି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆସନ୍ତାକାଲିଠାରୁ ପୁଣି ଭିଜିବ ସାରା ରାଜ୍ୟ । ଘଡ଼ଘଡ଼ି ବିଜୁଳି ସହ ବର୍ଷା ହେବ । ଦକ୍ଷିଣ ଓଡ଼ିଶା ଠାରୁ ଆରମ୍ଭ କରି ଉତ୍ତର ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡିଶାର ବିଭିନ୍ନ ଜିଲ୍ଲାରେ ଘନ କୁହଡ଼ି ଦେଖାଦେବ । ୧୨ ତାରିଖ ପରେ ପୁଣି ଫେରିବ ଶୀତ।

ଶୀତ ସହ ବର୍ଷାର ଲୁଚକାଳି ଖେଳ। ଆସନ୍ତକାଲି ଶୀତକୁ ଠେଲି ପୁଣି ଆସୁଛି ବର୍ଷା। ୱେଷ୍ଟର୍ଣ୍ଣ ଡିଷ୍ଟର୍ବାନ୍ସ ଏବଂ ଅପର ଏୟାର ଟ୍ରପ୍‌ ଲାଇନ୍‌ ପ୍ରଭାବରେ ଘଡଘଡି ସହ ବର୍ଷା ହେବ। ୯ ଓ ୧୦ ତାରିଖରେ କଳାହାଣ୍ଡି, କନ୍ଧମାଳ, ନୂଆପଡା, ବଲାଙ୍ଗିର, ସୋନପୁର, ବୌଦ୍ଧ, ସମ୍ବଲପୁର, ବରଗଡ, ଝାରସୁଗୁଡା, ଦେଓଗଡ, ସୁନ୍ଦରଗଡ, ଅନୁଗୁଳ, କେନ୍ଦୁଝର ଏବଂ ମୟୂରଭଞ୍ଜରେ ବର୍ଷିବ। ଉପକୂଳ ଓଡ଼ିଶାରେ ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହେବ। ଆଭ୍ୟନ୍ତରୀଣ ଓଡ଼ିଶାରେ କିଛି ସ୍ଥାନରେ ମଧ୍ୟମ ଧରଣର ବର୍ଷା ହେବ ବୋଲି ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ବର୍ଷା ପରେ ପୁଣି ଚାଲିବ ଶୀତର ରାଜ୍‌ । ପ୍ରବଳ ଜାଡ଼ରେ ଥରିବ ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶା । ଉପକୂଳ ଜିଲ୍ଲା ଗୁଡ଼ିକରେ ସ୍ୱାଭାବିକ ଠାରୁ ୨ ରୁ ୩ ଡିଗ୍ରୀ ତାପମାତ୍ରା କମିଯିବ । ସେହିପରି ଆଭ୍ୟନ୍ତରୀଣ ଓଡ଼ିଶାରେ ମଧ୍ୟ ୪ ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା କମବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଶୀତ ସମେତ ଘନ କୁହୁଡ଼ି ଜନଜୀବନକୁ ଅସ୍ତବ୍ୟସ୍ତ କରିବ । ଆଭ୍ୟନ୍ତରୀଣ ଓଡ଼ିଶାକୁ ଘୋଡାଇ ରଖିବ କୁହୁଡି। ବିଶେଷ କରି ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ବରଗଡ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ପୁରୀ ଏବଂ ଖୋର୍ଦ୍ଧାରେ ଘନ କୁହୁଡ଼ି ଦେଖାଦେବ ବୋଲି ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ୍‌.ଆର ବିଶ୍ୱାସ ।

ବର୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ବିପର୍ଯ୍ୟୟ ପରିଚାଳନା ବିଭାଗ ସତର୍କ ରହିବାକୁ ପରାମର୍ଶ ଦେଇଛି। ଅମଳ ଧାନକୁ ସୁରକ୍ଷିତ ସ୍ଥାନରେ ରଖିବାକୁ ନିର୍ଦ୍ଦେଶ ଦେଇଛି ।

 

Latest Posts

Don't Miss