କାଲିଠୁ ଦକ୍ଷିଣ ଓଡିଶାରେ ହାଲୁକା କୁହୁଡି ସହ ଉତ୍ତର ଓଡିଶାରେ ହାଲୁକା ବର୍ଷା କରିବ ଅସ୍ତବ୍ୟସ୍ତ

ଭୁବନେଶ୍ବର: ରାଜ୍ୟରେ ପୁଣି ରାଜ କରିବ କୋହଲା ପାଗ। ଗୁରୁବାର ଦକ୍ଷିଣ ଓଡିଶାରେ ହାଲୁକା କୁହୁଡି ସହ ଉତ୍ତର ଓଡିଶାରେ ହାଲୁକା ବର୍ଷା କରିବ ଅସ୍ତବ୍ୟସ୍ତ। ରାଜ୍ୟରେ ସକ୍ରିୟ ଥିବା ପଶ୍ଚିମା ଝଡ ପ୍ରଭାବରେ ଆସନ୍ତା କାଲି ଉତ୍ତର ଓଡ଼ିଶାର ସୁନ୍ଦରଗଡ, ଝାରସୁଗୁଡ଼ା, କେନ୍ଦୁଝର ଏବଂ ମୟୂରଭଞ୍ଜ ରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ସେହିଭଳି ୨ ତାରିଖରେ ବାଲେଶ୍ବର, ଭଦ୍ରକ, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଯାଜପୁର ଏବଂ କେନ୍ଦୁଝର ରେ ବର୍ଷା ନେଇ ଆକଳନ କରାଯାଇଛି। ୩ ତାରିଖ ବେଳକୁ ରାଜ୍ୟରେ ପୁଣି ପାଗରେ ପରିବର୍ତ୍ତନ ହେବ। ଅଧିକାଂଶ ଜିଲ୍ଲାରେ ପାଗ ମୁଖ୍ୟତଃ ଶୁଖିଲା ରହିବ ବୋଲି ପାଣିପାଗ କେନ୍ଦ୍ର କହିଛି। ସେପଟେ ବାୟୁମଣ୍ଡଳରେ ଜଳିୟବାଷ୍ପ ର ପରିମାଣ ଅଧିକ ରହୁଥିବା ରୁ ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡି ଅନୁଭୂତ ହେବ। ବିଶେଷ କରି କୋରାପୁଟ, ରାୟଗଡା, କଳାହାଣ୍ଡି, କନ୍ଧମାଳ ଏବଂ ନୟାଗଡ଼ ରେ ହାଲୁକା କୁହୁଡି ଦୃଶ୍ୟମାନ ହେବ। ବର୍ତ୍ତମାନ ଓଡିଶା ଉପରେ କୌଣସି ପାଣିପାଗ ନିୟାମକ ନଥିବା ରୁ ୪, ୫ ଏବଂ ୬ ତାରିଖ ପର୍ଯ୍ୟନ୍ତ ସାରା ଓଡ଼ିଶାର ପାଗ ଶୁଖିଲା ରହିବ। ଗଣ ୨୪ ଘଣ୍ଟାରେ ଚାନ୍ଦବାଲି ଏବଂ ଅନୁଗୁଳ ରେ ଘନ କୁହୁଡି ଦୃଶ୍ୟମାନ ହୋଇଥିବା ବେଳେ ବାରିପଦା, କେନ୍ଦୁଝର ଏବଂ ଭବାନୀପାଟଣା ରେ ହାଲୁକା କୁହୁଡି ଅନୁଭୂତ ହୋଇଛି। ସମତଳ ଅଞ୍ଚଳ ଭାବରେ ୧୧ ଡିଗ୍ରୀ ସହ ସବୁଠାରୁ ଥଣ୍ଡା ସହର ହୋଇଥିବା ବେଳେ ପାହାଡିଆ ଅଞ୍ଚଳ ଭାବରେ ସିମିଳିଗୁଡା ୧୦.୩ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।