କାଲିଠୁ ପାଗରେ ଆସିବ ପରିବର୍ତ୍ତନ, ୩ ଦିନ ଯାଏଁ ଭିଜିବ ରାଜ୍ୟ

ଭୁବନେଶ୍ୱର: ଶୀତ ଅପସରୁଛି, ଧିରେ ଧିରେ ଟାଣ ହେଉଛି ଖରା । ଏତିକି ବେଳେ ଆସୁଛି ବର୍ଷା । ଦକ୍ଷିଣ ୟୁପିରେ ଘୂର୍ଣ୍ଣିବଳୟ ଓ ମହାରାଷ୍ଟ୍ରରୁ ମଧ୍ୟପ୍ରଦେଶ ମଧ୍ୟରେ ଥିବା ଟ୍ରପ୍ ଲାଇନ୍ ପ୍ରଭାବରେ ବର୍ଷା ହେବ । ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପାଗ ବଦଳିବ । ଉପାନ୍ତରୁ ଉପକୂଳ ସବୁଠି ଘଡ଼ଘଡ଼ି ସହ ବର୍ଷା ହେବ ।ଆସନ୍ତାକାଲି ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର ସହ ମୟୂରଭଞ୍ଜ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ । ୨୪ ତାରିଖରେ ତ୍ତରର ଆଭ୍ୟନ୍ତରୀଣ ଜିଲ୍ଲା ଗୁଡ଼ିକରେ ବର୍ଷା ହେବ । ବାଲେଶ୍ୱର, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ ଏବଂ ନୟାଗଡ଼ ସହ ଉପକୂଳ ଓଡ଼ିଶାରେ ବର୍ଷା ହେବ । କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ବୌଦ୍ଧ, ସୋନପୁର, କଳାହାଣ୍ଡି, କନ୍ଧମାଳ ଏବଂ ନୂଆପଡ଼ାରେ ବର୍ଷିବ ।୨୫ରୁ ବର୍ଷା ଆହୁରି ବଢ଼ିବ । ଉପକୂଳ ଜିଲ୍ଲା ଗୁଡ଼ିକରେ ପ୍ରବଳ ବର୍ଷା ହେବ । ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ, ଭଦ୍ରକ, ଅନୁଗୁଳ, ଢେଙ୍କାନାଳ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଏବଂ ଗଜପତିରେ ଘଡ଼ଘଡ଼ି ସହ ବର୍ଷା ହେବ । ବର୍ଷାକୁ ଦୃଷ୍ଟିରେ ରଖି ସମ୍ପୃକ୍ତ ଜିଲ୍ଲା ଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି । ୨୬ ତାରିଖ ପରେ ପାଗରେ ପରିବର୍ତ୍ତନ ହେବ । ଉପକୂଳ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହେଲେ ମଧ୍ୟ ଅନ୍ୟ ଜିଲ୍ଲା ଗୁଡ଼ିକରେ ଆକାଶ ମେଘମୁକ୍ତ ରହିବା ସାଙ୍ଗକୁ ତାପମାତ୍ରା ବୃଦ୍ଧି ପାଇବ ।

୨୩ ରୁ ହେବ ପାଗରେ ପରିବର୍ତ୍ତନ, ୨୪ରୁ ଘଡ଼ଘଡ଼ି ସହ ବର୍ଷା !

Leave a Reply