spot_img

Latest Posts

ଆଜିଠୁ ବର୍ଷା ସମ୍ଭାବନା ; ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଛି ଲଘୁଚାପ କ୍ଷେତ୍ର

ନନ୍ଦିଘୋଷ ବ୍ୟୁରୋ : ଆଜିଠୁ ବର୍ଷା ସମ୍ଭାବନା । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଛି ଲଘୁଚାପ କ୍ଷେତ୍ର। ଏହାର ପ୍ରଭାବରେ ଆଜିଠୁ କିଛି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ସୁଦୃଶ ଲଘୁଚାପ କ୍ଷେତ୍ରଟି ସମୁଦ୍ର ପତନରୁ ପ୍ରାୟ ୫.୮ କି.ମି. ପର୍ଯ୍ୟନ୍ତ ବିସ୍ତାରିତ ଅଛି ବୋଲି ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି । ଏହା ଆସନ୍ତା ୨୪ ଘଣ୍ଟାରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତିକରି ଆହୁରି ସକ୍ରିୟ ହେବାର ସମ୍ଭାବନା ରହିଛି  । ଆଜି ୮ ଜିଲ୍ଲାର ବିଭିନ୍ନ ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ମାଲକାନାଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ଵର ଓ ଭଦ୍ରକରେ ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି। ସେହିପରି ଆସନ୍ତା କାଲି  ଯାଜପୁର, କଟକ ଓ ମୟୂରଭଞ୍ଜରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ଓ ଝଟକା ପବନ ବହିପାରେ ।

Latest Posts

Don't Miss