ପୁଣି ଫେରୁଛି ବର୍ଷା

1 min read

ଭୁବନେଶ୍ବର: ରାଜ୍ୟରେ ସାମାନ୍ୟ କମିଛି ବର୍ଷା । ଲଘୁଚାପ ଦୁର୍ବଳ ହେବାପରେ ଲଗାଣ ବର୍ଷାରେ ବ୍ରେକ ଲାଗିଛି । ତେବେ ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ବିଜୁଳି ସହିତ ବର୍ଷା ଜାରି ରହିବ ବୋଲି ସତର୍କ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏଥିପାଇଁ ୨୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି  । ସେହିପରି ସୋମବାରଠାରୁ ରାଜ୍ୟରେ ପୁଣି ବର୍ଷା ଆରମ୍ଭ ହେବ  । ୧୨ ତାରିଖରେ ଉତ୍ତର-ପଶ୍ଚିମ ପାର୍ଶ୍ଵବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ଅଛି  । ପ୍ରଭାବରେ ବର୍ଷାର ପରିମାଣ ଓ ବିସ୍ତୃତି ବଢିବ । ୧୨ ଏବଂ ୧୩ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ନେଇ ଆକଳନ କରାଯାଇଛି । ସେପ୍ଟେମ୍ବର ପହିଲାରୁ ଏବେ ପର୍ଯ୍ୟନ୍ତ ରାଜ୍ୟରେ ସ୍ବାଭାବିକ ଠାରୁ ୩୦ ପ୍ରତିଶତ ଅଧିକ ବର୍ଷା ରେକର୍ଡ ହୋଇଥିବା ବେଳେ ପୂରା ମୌସୁମୀ ସିଜିନରେ ୧୧ ପ୍ରତିଶତ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି ।