ରାଜ୍ୟର ଦୁଇ ଦିନ ଲଗାଣ ବର୍ଷା, ୬ ଜିଲ୍ଲାରେ ସବୁଠୁ ଅଧିକ ବର୍ଷିବ

ଭୁବନେଶ୍ୱର : ରାଜ୍ୟରେ ଲଗାଣ ବର୍ଷା ଜାରି ରହିବ । ବଙ୍ଗୋପସାଗରରେ କ୍ରମାଗତ ଭାବେ ଲଘୁଚାପ ସୃଷ୍ଟି ହେଉଛି । ତେବେ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଛି ଆଉ ଏକ ଲଘୁଚାପ ବଳୟ । ଏନେଇ ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଲଘୁଚାପ ପ୍ରଭାବରେ ଆଜି ଓ ଆସନ୍ତକାଲି ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ସୋନପୁର, ଦେବଗଡ଼, ଅନୁଗୁଳ, ସମ୍ବଲପୁର,କେନ୍ଦ୍ରାପଡା ଓ ବରଗଡ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିଭଳି ସୁନ୍ଦରଗଡ଼, କେନ୍ଦୁଝର ,ଅନୁଗୁଳ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡା, କନ୍ଧମାଳ,ବରଗଡ଼, ସମ୍ଭଲପୁର ଜିଲ୍ଲାକୁ ୟୋଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ଏହା ସହିତ ରାଜ୍ୟର ଅନେକ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି  ।

Leave a Reply