ଆଜି ବି ରାଜ୍ୟରେ ଜାରି ରହିବ ବର୍ଷା: ଅର୍ଦ୍ଧାଧିକ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆଜି ବି ରାଜ୍ୟରେ ଛେଚିବ ବର୍ଷା । ପଶ୍ଚିମବଙ୍ଗ ଏବଂ ଉତ୍ତର ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ବି ସକ୍ରିୟ ରହିଛି । ଏହା ପ୍ରଭାବରେ ଆଜି ଉତ୍ତର ଓଡ଼ିଶା ସମେତ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା ଏବଂ ଜଗତସିଂହପୁର ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।

ସେହିପରି ଆଜି ଉତ୍ତର ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ଘଡ଼ଘଡ଼ି ଓ ବିଜୁଳି ସହ ବର୍ଷା ହେବାର ସମ୍ଭାବନା ରହିଛି  । ଏଥିପାଇଁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲ୍ଲାକୁ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର  । ତେବେ ଆସନ୍ତାକାଲିଠୁ ପାଗରେ ପରିବର୍ତ୍ତନ ଆସିବା ସହିତ ବର୍ଷା କମିବ ବୋଲି ପାଣିପାଗ କେନ୍ଦ୍ର ସୂଚନା ଦେଇଛି  ।

ଏଥିସହିତ ପଢ଼ନ୍ତୁ: ରିଜର୍ଭ ପୋଲିସ ବାରାକକୁ ଗଲା ମୋଷ୍ଟ ୱାଣ୍ଟେଡ ଗୋବିନ୍ଦ ସାହୁ

Leave a Reply