ଆହୁରି ୨୪ ଘଣ୍ଟା ଭିଜିବ ଓଡ଼ିଶା, ୮ ଜିଲ୍ଲାକୁ ୟୋଲେ ଓ୍ୱାର୍ଣ୍ଣିଂ

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ ବର୍ଷା । ଉଷ୍ଣ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ପ୍ରଭାବରେ ବିଜୁଳି ଘଡଘଡି ସହିତ ବର୍ଷା ହେବାର ସମ୍ଭାବନା ରହିଛି । ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ନେଇ ୮ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ବିଶେଷକରି ଝାରସୁଗୁଡା, ବରଗଡ, ସୁନ୍ଦରଗଡ, ସମ୍ବଲପୁର, ଦେବଗଡ, ଅନୁଗୁଳ, କେନ୍ଦୁଝର ଏବଂ ମୟୁରଭଞ୍ଜ ଜିଲ୍ଲାରେ ବର୍ଷା ହେବ । ଭୁବନେଶ୍ୱରରେ ଆଜି ପାଗ ମେଘୁଆ ରହିବା ସହିତ କେତେକ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।

ଆସନ୍ତାକାଲି ଉତ୍ତର ଓଡ଼ିଶା ସମେତ ଉପକୂଳ ଜିଲ୍ଲାଗୁଡ଼ିକରେ ବର୍ଷା ହେବ ବୋଲି ସତର୍କ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏଥିପାଇଁ ଖୋର୍ଦ୍ଧା, ପୁରୀ, ଅନୁଗୁଳ, ଢେଙ୍କାନାଳ, ସୁନ୍ଦରଗଡ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ସେପଟେ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ମଧ୍ୟମଧରଣର କୁହୁଡି ପଡିବ ବୋଲି ପାଣିପାଗ କେନ୍ଦ୍ର ସୂଚନା ଦେଇଛି । ୬ ତାରିଖରୁ ପାଗରେ ପରିବର୍ତ୍ତନ ହେବା ସହିତ ତାପମାତ୍ରା କମିବାର ସମ୍ଭାବନା ରହିଛି  ।

Leave a Reply