ଆସନ୍ତା ୫ଦିନ ପର୍ଯ୍ୟନ୍ତ ରାଜ୍ଯରେ ଜାରି ରହିବ ବର୍ଷା

ଭୁବନେଶ୍ୱର: ଆସନ୍ତା ୫ଦିନ ପର୍ଯ୍ୟନ୍ତ ରାଜ୍ଯରେ ଜାରି ରହିବ ବର୍ଷା । ପ୍ରାୟ ସମସ୍ତ ଜିଲ୍ଲାରେ ହାଲୁକାରୁ ମଧ୍ଯମ ଧରଣର ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ କେନ୍ଦ୍ର । ମଧ୍ୟପ୍ରଦେଶ ଓ ଛତିଶଗଡ଼ ଉପରେ ଏକ ଗୁରୁଚାପ ବଳୟ ସକ୍ରିୟ ରହିଛି ।

ଉତ୍ତର ବାଂଲାଦେଶ ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳ ଉପରେ ଘୁର୍ଣ୍ଣିବଳୟ ସକ୍ରିୟ ରହିଛି । ପ୍ରଭାବରେ ୬ ଓ ୭ ତାରିଖରେ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ମୟୂରଭଞ୍ଜ,କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡା, ଅନୁଗୁଳ, ସମ୍ବଲପୁର, ବରଗଡ଼, ମାଲକାନଗିରି କୋରାପୁଟ, ରାୟଗଡା, ଗଜପତି ଆଦି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।