ଲଘୁଚାପର ରୂପ ନେବ ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ: କାଲିଠୁ ବଢ଼ିବ ବର୍ଷା

ଭୁବନେଶ୍ୱର: ଆସନ୍ତାକାଲିଠୁ ରାଜ୍ୟରେ ବଢିବ ବର୍ଷା । ଘନୀଭୂତ ହେଉଛି ଘୂଣ୍ଣିବଳୟ । ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆସନ୍ତାକାଲି ଲଘୁଚାପର ରୂପ ନେବାର ସମ୍ଭାବନା ରହିଛି । ୧୫ କିମ୍ବା ୧୬ ତାରିଖ ବେଳକୁ ଏହା ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତିକରି ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳରେ ସ୍ଥଳଭାଗ ଛୁଇଁବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଏହା ଘନୀଭୂତ ହୋଇ ଅବପାତ ଏବଂ ଗଭୀର ଅବପାତରେ ପରିଣତ ହେବାର ଅଧିକ ସମ୍ଭାବନା ରହିଛି । ଏହା ପ୍ରଭାବରେ ଆସନ୍ତାକାଲିଠୁ ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ପରିମାଣ ବଢିବ । ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ହେବ । ଆଜି ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ଘଡଘଡି ବିଜୁଳି ସହ ବର୍ଷା ହେବା ନେଇ ସତର୍କ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଅନ୍ୟପଟେ ରାଜ୍ୟର ୮ ଜିଲ୍ଲାରୁ ଫେରିଯାଇଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ।

ଏଥିସହିତ ପଢ଼ନ୍ତୁ: ଆଜି ମାଆଙ୍କ ସପ୍ତମୀ ଓ ପୀଠରେ ଅଷ୍ଟମୀ ପୂଜା: ରାଜ୍ୟର ବିଭିନ୍ନ ପୂଜା ମଣ୍ଡପରେ ଚାଲିଛି ଆରାଧାନା

 

Leave a Reply