ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି : ୯ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ୱାର୍ଣ୍ଣିଂ ଜାରି

ନନ୍ଦିଘୋଷ ବ୍ୟୁରୋ : ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି । ଆଗାମୀ ୩ ଦିନ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବିଶେଷ କରି ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ପଶ୍ଚିମ କେନ୍ଦ୍ରୀୟ ଓ ତତ୍ସଲଗ୍ନ ଉତ୍ତର ପୂର୍ବ ବଙ୍ଗୋପସାଗର, ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡିଶା ଉପକୂଳ ନିକଟବର୍ତ୍ତୀରେ ସକ୍ରିୟ ରହିଛି ଲଘୁଚାପ କ୍ଷେତ୍ର । ଏହା ଆଗାମୀ ୨ ଦିନ ଭିତରେ ଦକ୍ଷିଣ ଓଡିଶା ଓ ତତସଂଲଗ୍ନ ଉତ୍ତର ଆନ୍ଧ୍ର ପ୍ରଦେଶ ଓ ଦକ୍ଷିଣ ଛତିଶଗଡ଼ ଦେଇ ପଶ୍ଚିମ ଉତ୍ତର ଦିଗକୁ ଗତି କରିବ । ପ୍ରଭାବରେ ୧୭ ତାରିଖ ଯାଏ ବର୍ଷା ଲାଗି ରହିବ । ଆସନ୍ତା ୨୪ ଘଂଟାରେ ସାରା ଓଡ଼ିଶାରେ ହାଲୁକରୁ ମଧ୍ୟମ ଧରଣର ବର୍ଷା ହେବ । କୋରାପୁଟ, ମାଲାକନଗିରି ନବରଙ୍ଗପୁର, ରାୟଗଡା ,ଗଂଜାମ ,ଗଜପତି କନ୍ଧମାଳ ,ନୟାଗଡ ଓ କଳାହାଣ୍ଡି ଏହି ୯ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ୱାର୍ଣ୍ଣିଙ୍ଗ ଜାରି କରିଛି ପାଣିପାଗ ବିଭାଗ ।