ଆଜିଠୁ ରାଜ୍ୟରେ ବଢିପାରେ ବର୍ଷା ପରିମାଣ, ୨୦ ଜିଲ୍ଲାକୁ ୟେଲୋ ଆଲର୍ଟ

1 min read

ଭୁବନେଶ୍ୱର: ଆଜିଠୁ ରାଜ୍ୟରେ ବଢିପାରେ ବର୍ଷା ପରିମାଣ । ଗତକାଲି କିଛି ଜିଲ୍ଲାରେ ଘଡ଼ଘଡ଼ି ବିଜୁଳି ସହିତ ବର୍ଷା ହୋଇଥିଲା । ଆଜିଠୁ ବର୍ଷାର ପରିମାଣ ଓ ବିସ୍ତୃତି ବଢ଼ିବା ନେଇ ଆକଳନ କରିଛି ପାଣିପାଗ କେନ୍ଦ୍ର । ପଶ୍ଚିମବଙ୍ଗର ଦିଘାରୁ ଦକ୍ଷିଣ ପଶ୍ଚିମ ଦିଗରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଯାଏଁ ଲମ୍ବିଛି ମୌସୁମୀ ନିମ୍ନ ଚାପରେଖା । ପ୍ରଭାବରେ ଆଜି ଉତ୍ତର, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହୋଇପାରେ । ଏଥିପାଇଁ ୨୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି  । ୧୮ ଜିଲ୍ଲାରେ ଘଡ଼ଘଡ଼ି ବିଜୁଳି ସହିତ ବର୍ଷା ହେବା ନେଇ ସତର୍କ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଆସନ୍ତା ୨ ଦିନ ସାରା ରାଜ୍ୟରେ ହାଲୁକାରୁ ମାଧ୍ୟମ ଧରଣର ବର୍ଷା ହେବ । ମୁଖ୍ୟତଃ ଦକ୍ଷିଣ ଓଡ଼ିଶାରେ ବର୍ଷାର ପରିମାଣ ଅଧିକ ରହିବ । ଉତ୍ତର ଉପକୂଳ ଓ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲା ପାଇଁ ବିଜୁଳି ଘଡ଼ଘଡ଼ି ଜନିତ ବର୍ଷା ହେବ । କାଲିଠୁ ଅତି ପ୍ରବଳ ବର୍ଷା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ । ସେପଟେ ୧ ଜୁନରୁ ୩ ଜୁଲାଇ ମଧ୍ୟରେ ରାଜ୍ୟରେ ୧୬୮.୧ ମିଲିମିଟର ବର୍ଷା ରେକର୍ଡ ହୋଇଛି । ଯାହା ସ୍ବାଭାବିକ ବର୍ଷା ତୁଳନାରେ ୨୯% କମ୍ ରହିଛି । ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର କେତୋଟି ଜିଲ୍ଲା ପାଇଁ ଆଜି ହାଲୁକାରୁ ମାଧ୍ୟମ ଧରଣର ବର୍ଷା ରହିଛି ।