ବିଜେଡିରେ ସାମିଲ ହେଲେ ଶତାଧିକ କଂଗ୍ରେସ ଓ ବିଜେପି କର୍ମୀ

ନୟାଗଡ଼: ରଣପୁର ନିର୍ବାଚନ ମଣ୍ଡଳୀରେ ବିଜୁ ଜନତା ଦଳ ପକ୍ଷରୁ କର୍ମକର୍ତ୍ତା ସମ୍ମିଳନୀ ଅନୁଷ୍ଠିତ ହୋଇଛି । ସମ୍ମିଳନୀରେ ଶତାଧିକ କଂଗ୍ରେସ ଓ ବିଜେପି କର୍ମୀ ବିଜେଡିରେ ସାମିଲ ହୋଇଛନ୍ତି । ମଣିନାଗ ମନ୍ଦିରଠାରେ ଆୟୋଜିତ କାର୍ଯ୍ୟକ୍ରମରେ ବିଜେଡିର ପୁରୀ ସାଂସଦ ପାର୍ଥୀ ଅରୂପ ପଟ୍ଟନାୟକ, ନୟାଗଡ଼ ବିଧାୟକ ପାର୍ଥୀ ଡ. ଅରୁଣ କୁମାର ସାହୁ ଯୋଗଦେଇ ଏଥର ବି ଡବଲ୍ ଶଙ୍ଖ ପାଇଁ ଆହ୍ବାନ ଦେଇଥିଲେ । ସାଂସଦ ପ୍ରାର୍ଥୀ ଅରୂପ କହିଥିଲେ, ରାଜନୀତି ସହ ସେବା ମୋ ଜୀବନର ଲକ୍ଷ୍ଯ । କରୋନା ସମୟରେ ଓଡ଼ିଶା ମୋ ପରିବାର ମାଧ୍ଯମରେ ସେ ଓଡ଼ିଶାବାସୀଙ୍କ ସେବା କରିଥିଲେ ।  ମୁଖ୍ୟମନ୍ତ୍ରୀଙ୍କ ଆର୍ଶୀବାଦ ରଣପୁର ନିର୍ବାଚନ ମଣ୍ଡଳୀ ପ୍ରତି ରହିଛି । ସବୁବେଳେ ବିକାଶକୁ ଗୁରୁତ୍ଵ ଦେଇଛନ୍ତି ରାଜ୍ଯ ସରକାର । କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଦେବାଶିଷ ପଟ୍ଟନାୟକ, ବରିଷ୍ଠ ବିଜେଡି ନେତ୍ରୀ ଇରାନୀ ରାୟ, ବ୍ଲକ ଉପାଧ୍ୟକ୍ଷ ପ୍ରଭାତ ଦଳ ବେହେରା , ପୌର ପରିଷଦ ଅଧ୍ୟକ୍ଷା ରଙ୍ଗୀନ ମହାନ୍ତି, ବ୍ଲକ ସଭାନେତ୍ରୀ କ୍ରିଷ୍ଣା ଦାଶଙ୍କ ସମେତ ହଜାର ହଜାର କର୍ମୀ ଉପସ୍ଥିତ ରହିଥିଲେ ।