ଆଜି ପୁଣି ଖୋଲିବ ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର

1 min read

ନନ୍ଦିଘୋଷ ବ୍ୟୁରୋ: ଆଜି ପୁଣି ଖୋଲିବ ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର l ଭାରତୀୟ ପ୍ରତ୍ନତାତ୍ତ୍ବିକ ସର୍ବେକ୍ଷଣ ସଂସ୍ଥା – ଏ.ଏସ.ଆଇ  ପକ୍ଷରୁ ଶ୍ରୀମନ୍ଦିର ରତ୍ନଭଣ୍ଡାରର ପ୍ରାରମ୍ଭିକ ନିରୀକ୍ଷଣ କରାଯିବ । ରାଜ୍ୟ ସରକାରଙ୍କ ଅନୁମୋଦନ ପରେ ଏହି ପ୍ରାରମ୍ଭିକ ନିରୀକ୍ଷଣ ଏବଂ ବୈଷୟିକ ଯାଞ୍ଚ କରାଯିବ  । ଏ.ଏସ୍.ଆଇର  ଅତିରିକ୍ତ ମହାନିର୍ଦ୍ଦେଶକଙ୍କ ନେତୃତ୍ବରେ ନିରୀକ୍ଷଣ କାର୍ଯ୍ୟ କରାଯିବ l ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା  ଅନୁସାରେ ଏହା ଅନୁଷ୍ଠିତ ହେବ। ଏନେଇ ରାତ୍ର ୨ ଟାରେ ଶ୍ରୀ ମନ୍ଦିର ଦ୍ୱାର ଫିଟା ନୀତି ଅନୁଷ୍ଠିତ ହେବ। ଏହାପରେ ଅନାନ୍ୟ ନୀତି କାନ୍ତି ଅନୁଷ୍ଠିତ ହୋଇ ଦୂତୀୟ ଭୋଗ ମଣ୍ଡପ ପରେ ରତ୍ନଭଣ୍ଡାର ନିରୀକ୍ଷଣ କାର୍ଯ୍ୟ କରାଯିବ l ଦିନ ଗୋଟାଏ ଠାରୁ ନିରୀକ୍ଷଣ କାର୍ଯ୍ୟ ଶେଷ ହେବା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ମହାପ୍ରସାଦ କିଣିବାକୁ ଥିବା ଇଚ୍ଛୁକ ଭକ୍ତ ସିଂହଦ୍ଵାର ପଟେ ବାଇଶି ପାହାଚ ଦେଇ ଆନନ୍ଦ ବଜାରରୁ ମହାପ୍ରସାଦ କିଣି ଉତ୍ତର ଦ୍ୱାର ପଟେ ପ୍ରସ୍ଥାନ କରିପାରିବେ ।